Posted inଜାତୀୟ

ସନ୍ଦୀପ ଘୋଷଙ୍କୁ ପଲିଗ୍ରାଫ ଟେଷ୍ଟରେ ପଚରାଗଲା ୨୫ ପ୍ରଶ୍ନ

କୋଲକାତା,୨୪।୮: ଡାକ୍ତର ବଳାତ୍କାର ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ପଲିଗ୍ରାଫ ଟେଷ୍ଟ କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରାଯାଇଥିଲା। ଏହି ସମୟରେ ସଞ୍ଜୟଙ୍କ ସହ ଅନ୍ୟ ୬ଜଣଙ୍କର ପଲିଗ୍ରାଫ ଟେଷ୍ଟ କରାଯାଇଥିଲା। ଏଥିରେ ଆରଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ମଧ୍ୟ ସାମିଲ ହୋଇଥିଲେ। ସିବିଆଇ ତାଙ୍କୁ ମୋଟ ୨୫ଟି ପ୍ରଶ୍ନ ପଚାରିଥିଲା।

ଏହି ପ୍ରଶ୍ନ ଗୁଡିକ ମଧ୍ୟରେ ଥିଲା, ଆପଣଙ୍କ ନାଁ କ’ଣ, ଆପଣ କେତୋଟି ମୋବାଇଲ ବ୍ୟବହାର କରନ୍ତି, ମୋବାଇଲ ନମ୍ବର କ’ଣ, ଆପଣଙ୍କ ଜନ୍ମ କୋଲାକାତାରେ କି ନା, ଘଟଣା ଦିନ ଆପଣ ହସ୍ପିଟାଲରେ ଥିଲେ କି ନା। ଏହିପରି ୨୫ ଟି ପ୍ରଶ୍ନ କରାଯାଇଛି ସନ୍ଦୀପ ଘୋଷଙ୍କୁ।

ସୂଚନାଯୋଗ୍ୟ, ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଏବଂ ଆର.ଜି କର ମହାବିଦ୍ୟାଳୟର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବଂ ଅନ୍ୟ ୫ଜଣଙ୍କର ଏହି ଟେଷ୍ଟ ଚାଲିଛି। ସିବିଆଇ ସାତ ଜଣଙ୍କ ଉପରେ ପଲିଗ୍ରାଫ ଟେଷ୍ଟ କରୁଛି। ଏଥିରେ ଚାରିଜଣ ଡାକ୍ତର ଏବଂ ଜଣେ ସ୍ବେଚ୍ଛାସେବୀ ଅଛନ୍ତି।
ଏହି ଚାରିଜଣ ଡାକ୍ତର ମଧ୍ୟ ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ କାର୍ଯ୍ୟରତ ଟ୍ରେନି ଡାକ୍ତର ଅଟନ୍ତି ଏବଂ ସେମାନେ ସେହି ସମାନ, ଯେଉଁମାନେ ସେହି ରାତିରେ ଘଟଣା ପୂର୍ବରୁ ପୀଡିତାଙ୍କ ସହ ରାତ୍ରୀ ଭୋଜନ କରିଥିଲେ। ମୋଟ ୭ଜଣ ଲୋକ ପଲିଗ୍ରାଫ ଟେଷ୍ଟ ଦେଉଛନ୍ତି। ଏଥିମଧ୍ୟରୁ ସଞ୍ଜୟ ରୟଙ୍କ ପଲିଗ୍ରାଫ ଟେଷ୍ଟ ଜେଲରେ ଚାଲିଥିବାବେଳେ ସନ୍ଦୀପ ଘୋଷଙ୍କ ସମେତ ଅନ୍ୟମାନଙ୍କ ପରୀକ୍ଷା ସିବିଆଇ କାର୍ଯ୍ୟାଳୟରେ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri