ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା ପିଟିପିଟି ହତ୍ଯା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ପୁଅର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପରିବାର ଲୋକେ । ପୋଲିସରେ ଅଭିଯୋଗ କରିବା ସହିତ କୋଠର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ମୃତ ଛାତ୍ରଙ୍କ ନାମ ଜ୍ୟୋତି ଶ୍ରବଣ ସାଇ ବୋଲି ଜଣାପଡିଛି ।

ମୃତ ଜ୍ୟୋତି ସିଙ୍ଗାରେଡି ଜିଲ୍ଲାର ମେସମଗୁଡାର ଏକ କଲେଜର ବିଟେକ ଛାତ୍ର ଥିଲେ । ସେ କୁତୁବୁଲାପୁରରେ ଭଡାରେ ରହି ପାଠ ପଢୁଥିଲେ । ତେବେ କଲେଜ ସମୟରେ ସେ ଇସୁକାବବିରେ ରହୁଥିବା ଏକ 19 ବର୍ଷୀୟ ଛାତ୍ରୀ ସହିତ ପ୍ରେମରେ ପଡିଥିଲେ । କିନ୍ତୁ ପ୍ରେମିକାର ପରିବାର ଲୋକେ ଏହାକୁ ଗ୍ରହଣ କରିପାରିନଥିଲେ । ଏହି ଘଟଣାକୁ ନେଇ ସେମାନେ ଶ୍ରବଣଙ୍କୁ ବାରମ୍ବାର ଝିଅ ଠାରୁ ଅଲଗା ରହିବା ପାଇଁ ମଧ୍ୟ ଧମକ ଦେଇଥିଲେ ।

ତେବେ ଘଟଣା ଦିନ ପ୍ରେମିକାର ପରିବାର ଲୋକେ ଜ୍ୟୋତିଙ୍କୁ ବିବାହ ବିଷୟରେ କଥା ହେବା ପାଇଁ ଘରକୁ ଡକାଇଥିଲେ । ତେବେ ସେ ଘରକୁ ଯିବା ମାତ୍ରେ ହିଁ ପ୍ରେମିକାର ମାଆ ଏବଂ ବାପା ତାଙ୍କୁ ଆକ୍ରମଣ କରିଥିଲେ । ପରିବାର ଲୋକେ ବ୍ଯାଟରେ ପିଟିପିଟି ଲହୁଲୁହାଣ କରିଦେଇଥିଲେ ।

ତେବେ ତାଙ୍କୁ କୁକଟପଲ୍ଲୀର ଏକ ପ୍ରାଇଭେଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ସୂଚନାପାଇବା ପରେ ଅମିନପୁର ଥାନା ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହକୁ ଜବତ କରିବା ପରେ ତଦନ୍ତ ଆରମ୍ଭ କରିଛି । କାହିଁକି ପ୍ରେମିକାର ମାଆ ଏଭଳି କାଣ୍ଡ ଭିଆଇଲେ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ଜୋରଦାର ଝଟ୍‌କା!

ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri