ସଙ୍ଗୀତା ଏଏସ୍‌ଆଇସିର ନୂଆ ଅଧ୍ୟକ୍ଷା

ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍‌ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍‌ଆଇସି ବୋର୍ଡ ପକ୍ଷରୁ ସଙ୍ଗୀତା ଜିନ୍ଦଲଙ୍କୁ ବୋର୍ଡର ନୂତନ ଅଧ୍ୟକ୍ଷା ଭାବେ ନିର୍ବାଚିତ କରାଯାଇଛି। ଏପରିକି ତାଙ୍କ କାର୍ଯ୍ୟକାଳ ୨୦୨୪ଏପ୍ରିଲ ପହିଲାରୁ କାର୍ଯ୍ୟକାରୀ ହ଼ୋଇଛି। ଏଏସ୍‌ଆଇସିର ସିଇଓ ଇନାକ୍ଷୀ ସୋବ୍‌ତି କହିଛନ୍ତି, ବୋର୍ଡର ନୂତନ ଅଧ୍ୟକ୍ଷା ଭାବେ ସଙ୍ଗୀତାଙ୍କୁ ପାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଆମେ ଏଏସ୍‌ଆଇସି ବୋର୍ଡର ଅଧ୍ୟକ୍ଷା ଭାବେ ସଙ୍ଗୀତା ଜିନ୍ଦଲଙ୍କୁ ସ୍ବାଗତ କରୁଛୁ। ଦକ୍ଷିଣ ଏସିଆରେ ସେ ଆମର ମିଶନକୁ ବହୁତ ସହଯୋଗ କରିଛନ୍ତି ଏବଂ ଭାରତ ଓ ଦକ୍ଷିଣ ଏସିଆରେ ସମସାମୟିକ କଳାକୁ ସମର୍ଥନ କରିବା ପାଇଁ ତାଙ୍କର କାର୍ଯ୍ୟ ଏକ ପରିବର୍ତ୍ତନଶୀଳ ଶକ୍ତି,ଦକ୍ଷିଣ ଏସିଆରେ ଏସିଆ ସୋସାଇଟିର ସ୍ଥିତି ମଜଭୁତ କରିବା ପାଇଁ ଆମେ ତାଙ୍କ ସହ କାମ କରିବାକୁ ଚାହୁଁଛୁ ବୋଲି ଇନାକ୍ଷୀ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସଙ୍ଗୀତା ଜିନ୍ଦଲ ହେଉଛନ୍ତି ଆର୍ଟ ଇଣ୍ଡିଆର ସଭାପତି ଏବଂ ଜେଏସ୍‌ଡବ୍ଲ୍ୟୁ ଫାଉଣ୍ଡେଶନର ଅଧ୍ୟକ୍ଷା, ଯାହା ଜେଏସଡବ୍ଲ୍ୟୁ ଗ୍ରୁପ ଅଫ କମ୍ପାନୀର ସାମାଜିକ ବିକାଶ ପ୍ରକଳ୍ପ ପାଇଁ କାର୍ଯ୍ୟ କରୁଛି। ଫାଉଣ୍ଡେଶନର ନେତୃତ୍ୱ ନେଇ ସେ ୨୦ବର୍ଷ ମଧ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା ସୃଷ୍ଟି, ସ୍ଥାନୀୟ କ୍ରୀଡ଼ା ବିକାଶ ଏବଂ କଳା ଓ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିବା ସହିତ ଫାଉଣ୍ଡେଶନର ପରିସରକୁ ବ୍ୟାପକ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri