Posted inଜାତୀୟ

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର ଭାଜପା ଏମ୍‌ପି ଜଗଦମ୍ବିକା ପାଲ୍‌ଙ୍କୁ ବେଷ୍ଟ ପାର୍ଲାମେଣ୍ଟାରିଆନ୍‌ ଆଓ୍ବାର୍ଡ ଦିଆଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସମାଜବାଦୀ ପାର୍ଟିରୁ ପ୍ରଥମ ଥର ପାଇଁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ଇକ୍‌ରା ଚୌଧରୀ ଏବଂ ଟିଆର୍‌ ବାଲୁ (ଡିଏମ୍‌କେ)ଙ୍କୁ ଲୋକମତ ପାର୍ଲାମେଣ୍ଟାରି ଆଓ୍ବାର୍ଡ ୨୦୨୫ ପ୍ରଦାନ କରାଯାଇଛି। ୟୁପିର କୈରାନାରୁ ପ୍ରତିନିଧିତ୍ୱ କରୁଥିବା ଇକ୍‌ରାଙ୍କୁ ମହିଳା ବର୍ଗରେ ଏହି ପୁରସ୍କାର ଦିଆଯାଇଥିବାବେଳେ ବାଲୁଙ୍କୁ ଚଳିତବର୍ଷର ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ଦିଆଯାଇଛି। ରାଜ୍ୟ ସଭା ବର୍ଗରେ ପ୍ରଥମ ଥର ଉଚ୍ଚ ସଦନକୁ ଯାଇଥିବା ସୁଧା ମୂର୍ତ୍ତିଙ୍କୁ ମହିଳା ସାଂସଦ ରୂପେ ସମ୍ମାନିତ କରାଯାଇଥିବାବେଳେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ସେହିପରି ଟିଏମ୍‌ସିର ଦୋଳ ସେନଙ୍କୁ ବେଷ୍ଟ ଓମ୍ୟାନ୍‌ ପାର୍ଲାମେଣ୍ଟାରିଆନ୍‌ ଅଫ୍‌ ଦି ଇୟର ଏବଂ ଆପ୍‌ ନେତା ସଞ୍ଜୟ ସିଂଙ୍କୁ ବେଷ୍ଟ ପାର୍ଲାମେଣ୍ଟାରିଆନ୍‌ ଅଫ୍‌ ଦି ଇୟର ଭାବେ ସମ୍ମାନିତ କରାଯାଇଛି। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ପୂର୍ବତନ ସିଜେଆଇ ବି.ଆର୍‌ . ଗବଇ, ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଏସ୍‌ .ଓ୍ବାଇ. କ୍ୟୁରେଶି, ଆଧ୍ୟାତ୍ମିକ ଗୁରୁ ଆଚାର୍ଯ୍ୟ ଲୋକେଶ ମୁନି, ଲୋକମତ ମିଡିଆ ଗ୍ରୁପ୍‌ ଅଧ୍ୟକ୍ଷ ବିଜୟ ଦାଦ୍ରା ଏବଂ ଲୋକମତ ଏଡିଟର-ଇନ୍‌-ଚିଫ୍‌ ରାଜେନ୍ଦ୍ର ଦାଦ୍ରା ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri