Posted inଜାତୀୟ

ମେଘାଳୟରେ ସରକାର ଗଠନ ପାଇଁ ଦାବି କଲେ ସାଙ୍ଗମା

ଶିଲଂ,୩।୩: ମେଘାଳୟରେ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନପିପି) ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା ନିର୍ବାାଚନରେ ଜିତିବାର ଗୋଟିଏ ଦିନ ପରେ ଶୁକ୍ରବାର ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। ସାଙ୍ଗମା କହିଛନ୍ତି, ଭାଜପା ଆମକୁ ଏହାର ଆନୁଷ୍ଠାନିକ ସମର୍ଥନ ଦେଇଛି। ଭାଜପା ବ୍ୟତୀତ ଅନ୍ୟ ରାଜନୈତିକ ଦଳ ମଧ୍ୟ ସେମାନଙ୍କର ସମର୍ଥନ ଦେଇଛନ୍ତି। ସରକାର ଗଠନ ପାଇଁ ଆମର ଯଥେଷ୍ଟ ସଂଖ୍ୟା ଅଛି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଯୋଗଦେବେ ବୋଲି ଆମକୁ ସୂଚନା ଦିଆଯାଇଛି। ଆମେ ପିଏମଓରୁ ସ୍ପଷ୍ଟତା ପାଇଁ ଅପେକ୍ଷା କରିଛଚ।
ସୂଚନାଯୋଗ୍ୟ, ମେଘାଳୟ ବିଧାନସଭା ନିର୍ବାଚନ ଫଳାଫଳ ଆସିଛି। ଏଥିରେ କନରାଡ ସାଙ୍ଗମାଙ୍କ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନପିପି) ସର୍ବ ବୃହତ ଦଳ ଭାବରେ ଉଭା ହୋଇଛି। ରାଜ୍ୟରେ ମୋଟ ୬୦ଟି ବିଧାନସଭା ଆସନ ରହିଛି। ତେବେ କେବଳ ୫୯ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗୋଟିଏ ଆସନରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହେତୁ ନିର୍ବାଚନ ବାତିଲ ହୋଇଥିଲା। ନିର୍ବାଚନରେ ଏନପିପି ୨୬ଟି ଆସନ ଜିତିଥିଲା। ଭାଜପା ଆକାଉଣ୍ଟରେ ୨ଟି, ୟୁଡିପି ୧୧ଟି ଆସନ ଜିତିଛି। ଏହା ବ୍ୟତୀତ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସକୁ ୫ଟି ଲେଖାଏ ଆସନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri