ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା ଚଳାଇଛନ୍ତି ସଂଗ୍ରାମ

ବନ୍ତ,୩ା୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନରେ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ପଞ୍ଚାୟତରେ ୪ଜଣ ସରପଞ୍ଚ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। କଂଗ୍ରେସ ସିପିଆଇ ମେଣ୍ଟ, ବିଜେଡି ଏବଂ ଭାଜପା ସମର୍ଥତ୍ତ ପ୍ରାର୍ଥୀ ଥିବାବେଳେ ଭାଜପାର ଜଣେ ଅସନ୍ତୁଷ୍ଟ ପ୍ରାର୍ଥୀ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରେ କଂଗ୍ରେସ ଓ ସିପିଆଇ ଅଘୋଷିତ ମେଣ୍ଟରୁ ସରପଞ୍ଚ ପ୍ରାର୍ଥୀ ଭାବେ ଯୁବ ଆଇନଜୀବୀ, ବରିଷ୍ଠ ସାମ୍ବାଦିକ ସଂଗ୍ରାମ କେଶରୀ ଜେନା ଏବଂ ସମିତିସଭ୍ୟା ପ୍ରାର୍ଥୀ ଭାବେ ବିଶ୍ୱଭାରତୀ ଶର୍ମା ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଂଗ୍ରାମ ପ୍ରଚାରକୁ ଜୋରଦାର କରି ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା ଚଳାଇଛନ୍ତି। ଓଡ଼ିଆରେ ଏମ୍‌ଏ ଏବଂ ଏଲ୍‌ଏଲ୍‌ବି ଶିକ୍ଷାଲାଭ କରିଥିବା ସଂଗ୍ରାମ ଅଖିଳ ଭାରତ ଛାତ୍ର ସଂଘର ଜଣେ ସଙ୍ଗଠକ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଆସିଛନ୍ତି। ୨୦୦୨ରେ ପଞ୍ଚାୟତ ନିର୍ବାଚନରେ ସେ ଟିଲୋ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ହୋଇଥିଲେ। ଛାତ୍ର ଜୀବନରୁ ସେ ଲୋକଙ୍କ ପାଇଁ ସଦାସର୍ବଦା ଲଢ଼େଇ କରିଆସୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri