ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ସଂଗ୍ରାମଜିତ ସାହୁ

ଛତ୍ରପୁର,୨୪।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଆଜି ସମ୍ବିତ ସଂଗ୍ରାମଜିତ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ୨୦୨୨ ବ୍ୟାଚ ଓଏଏସ ସଂଗ୍ରାମଜିତ ସାହୁ ଭୁବନେଶ୍ୱର ପର୍ଯ୍ୟଟନ ବିଭାଗରେ ଓଏସଡି ଭାବେ ନିଜ ଦାୟିତ୍ୱ ସମ୍ପାଦନ କରିଥିଲେ । ଏହା ପୂର୍ବରୁ ଛତ୍ରପୁର ଓ ଚିକିଟି ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ସଠିକ ଭାବେ ତୁଲାଇଥିଲେ । ଦାୟିତ୍ୱ ଗ୍ରହଣ ଅବସରରେ ସେ ସୌଜନ୍ୟମୂଳକ ସାକ୍ଷାତକାରରେ କହିଛନ୍ତି, ଜନସାଧାରଣଙ୍କ ଅଭିଯୋଗକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ସମସ୍ତ ଯୋଜନା ଗୁଡିକ କିପରି ସଫଳ ରୂପାୟନ ହୋଇପାରିବ ତାହାରି ଉପରେ ଅଧିକ ଫୋକସ ରହିବ। ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ବ୍ଲକର ସମସ୍ତ ବିକାଶ ଦିଗରେ କାର୍ଯ୍ୟ କରିବି । ଜନସାଧାରଣ, ପଞ୍ଚାୟତ ପ୍ରତିନିଧି ଓ ବ୍ଲକ ପ୍ରଶାସନ ସମନ୍ବୟ ମଧ୍ୟ ସମସ୍ତ ପଞ୍ଚାୟତରେ ମନରେଗା ଯୋଜନା ଠାରୁ ଆରମ୍ଭ କରି ସମସ୍ତ ଉନ୍ନୟନମୂଳକ ଯୋଜନା ଗୁଡିକୁ ପ୍ରତିଫଳନ କରିବା ପାଇଁ ପ୍ରୟାସ ଜାରି ରଖିବା ତାଙ୍କର ପ୍ରଥମ ଲକ୍ଷ୍ୟ ବୋଲି ସେ କହିଛନ୍ତି । ଏହାସହ ପଞ୍ଚାୟତ ପ୍ରତିନିଧି ଓ ବ୍ଲକର ସମସ୍ତ କର୍ମଚାରୀ ନୂତନ ବିଡିଓଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ବାଗତ କରିଥିଲେ । ସୂଚନାଥାଉକି, ତତ୍କାଳିନ ବିଡିଓ ସୁଶାନ୍ତ କୁମାର ବରାଳଙ୍କୁ ଅନ୍ୟ ସ୍ଥାନକୁ ବଦଳି ପରେ ଭାରପ୍ରାପ୍ତ ବିଡ଼ିଓ ଭାବେ ଏବିଡ଼ିଓ ଜୟଶ୍ରୀ ନାୟକ ଦାୟିତ୍ୱ ତୁଲାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri