ସାଙ୍ଗିଆ କରିଛି ଅଡୁଆ

ଢେଙ୍କାନାଳ ଅଫିସ, ୨୯।୩:  ‘ସଅର’ ସାଙ୍ଗିଆ ପାଇଁ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲାରେ ବସବାସ କରୁଥିବା ଜନଜାତି ବର୍ଗର ଶତାଧିକ ପରିବାର। ଜିଲାର ଆର୍‌ଆଇମାନେ ଜମିପଟ୍ଟାରେ ସେମାନଙ୍କ ସାଙ୍ଗିଆ ‘ଶବର’ ପରିବର୍ତ୍ତେ ‘ସଅର’ ବୋଲି ଉଲ୍ଲେଖ କରୁଛନ୍ତି। ଫଳରେ ସେମାନଙ୍କୁ ଆଦିବାସୀ ମାନ୍ୟତା ମିଳିପାରୁନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଛି ‘ଓଡ଼ିଶା ପ୍ରଜା ସଂଘର୍ଷ ସମିତି’। ଜିଲାପାଳ ସରୋଜ କୁମାର ସେଠୀ ଧାରଣାସ୍ଥଳରେ ପହଞ୍ଚତ୍ ଏକ କମିଟି ଗଠନ କରାଯାଇ ବିସ୍ତୃତ ଆଲୋଚନା ପରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଅଭିଯୋଗ ଅନୁଯାୟୀ, ଜମି ପଟ୍ଟାରେ ‘ଶବର’ ବଦଳରେ ‘ସଅର’ ଲେଖାଯାଉଥିବାରୁ ଜିଲାର ବହୁ ଜନଜାତି ପରିବାର ନ୍ୟାଯ୍ୟ ଦାବିରୁ ବଞ୍ଚତ୍ତ ହେଉଛନ୍ତି। ଏହାର ସମାଧାନ ଲାଗି ଉତ୍ତରାଞ୍ଚଳ ରାଜସ୍ବ କମିଶନର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତହସିଲଦାରମାନେ ଏ ଦିଗରେ ପଦକ୍ଷେପ ନେବାକୁ ଆର୍‌ଆଇଙ୍କୁ ଜଣାଇବା ସତ୍ତ୍ୱେ ତ୍ରୁଟିପୂର୍ଣ୍ଣ ରିପୋର୍ଟ ପ୍ରଦାନ କରାଯାଉଛି। ଏହାର ପ୍ରତିବାଦରେ ‘ଓଡ଼ିଶା ପ୍ରଜା ସଂଘର୍ଷ ସମିତି’ ପକ୍ଷରୁ ପୂର୍ବାହ୍ନ ୧୧ଟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଏଥିପୂର୍ବରୁ ପୂର୍ବାହ୍ନ ୧୦ଟାରେ ବାଜିଚୌକ୍‌ଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରିଥିଲା। ଆନ୍ଦୋନକାରୀମାନେ ପାରମ୍ପରିକ ବେଶଭୂଷାରେ ସଜ୍ଜିତ ହୋଇ ଆଦିବାସୀ ନୃତ୍ୟଗୀତର ତାଳେତାଳେ ଜିଲା କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ ପ୍ରତିବାଦ କରିଥିଲେ। ପ୍ରବଳ ଖରା ସତ୍ତ୍ୱେ ସେମାନେ ଛୋଟ ପିଲାଙ୍କୁ ଧରି ଧାରଣାରେ ବସିଥିଲେ। ‘ଓଡ଼ିଶା ପ୍ରଜା ସଂଘର୍ଷ ସମିତି’ ଅଧ୍ୟକ୍ଷ ଇଂ. ଦେବାଶିଷ ହୋତାଙ୍କ ସହ ଜିଲାପାଳ ନିଜ ପ୍ରକୋଷ୍ଠରେ ଆଲୋଚନା କରିଥିଲେ। ହେଲେ ଏହା ଫଳପ୍ରଦ ହୋଇ ନ ଥିଲା। ଏହାପରେ ବରିଷ୍ଠ ପୋଲିସ ଅଧିକାରୀ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ବୁଝାଶୁଝା କରାଯାଇଥିଲେ ମଧ୍ୟ ଧାରଣାକାରୀ ଜିଦ୍‌ରେ ଅଟଳ ରହିଥିଲେ। ତେବେ ରାତି ୮ରେ ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଧାରଣା ହଟିଛି। ଅତିରିକ୍ତ ଜିଲାପାଳ ଉଦୟ କୁମାର ମହାପାତ୍ର, ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଆଇନଶୃଙ୍ଖଳା ସ୍ଥିତି ଉପୁଜିବା ଆଶଙ୍କାରେ ପୋଲିସ ମୁତୟନ କରାଯାଇଥିଲା।
ସୂଚନାଯୋଗ୍ୟ, ରାଜ୍ୟ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ୨୦୦୯ ଜୁନ୍‌ ୧୨ରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଏକ ଚିଠି ଲେଖିଥିଲା। ତଦନୁଯାୟୀ ଜମିପଟ୍ଟାରେ ଜାତି ସ୍ଥାନରେ ‘ସଅର’କୁ କାଟି ‘ଶବର’ ଲେଖିବା ପାଇଁ ଜିଲାପାଳଙ୍କୁ ବୋର୍ଡ ଅଫ୍‌ ରେଭେନ୍ୟୁ କ୍ଷମତା ପ୍ରଦାନ କରିବା ଲାଗି ତତ୍କାଳୀନ ବିଭାଗୀୟ ପ୍ରମୁଖ ସଚିବ ଅନୁରୋଧ କରିଥିଲେ। ହେଲେ ସମସ୍ୟାର ସମାଧାନ ହୋଇପାରିଲା ନାହିଁ। ଏହାର ପ୍ରତିବାଦରେ ୨୦୨୨ ମାର୍ଚ୍ଚ ୩୦ରେ କଟକ ବୋର୍ଡ ଅଫ୍‌ ରେଭେନ୍ୟୁ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ତଥାପି ଆର୍‌ଆଇମାନେ ବିଭାଗୀୟ ନିର୍ଦ୍ଦେଶ ପାଳନ କରୁ ନ ଥିବାରୁ ସ୍ଥିତି ଜଟିଳ ହେବାରେ ଲାଗିଛି। ଜିଲାର ୧,୨୧୫ ଶବର ଆଦିବାସୀଙ୍କ ରିପୋର୍ଟ ଠିକ୍‌ କରି ନ ଦେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ‘ଓଡ଼ିଶା ପ୍ରଜା ସଂଘର୍ଷ ସମିତି’ର ଅଧ୍ୟକ୍ଷ ଦେବାଶିଷ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri