୨୩ରେ ବିଞ୍ଜବାହାଳ ପଞ୍ଚାୟତ ୧ନମ୍ବର ବୁଥ୍‌ରେ ସାନି ମତଦାନ

କେନ୍ଦୁଝର,୨୧।୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି। ଝୁମ୍ପୁରା ବ୍ଲକରେ ୭୫ ପ୍ରତିଶତ, ଆନନ୍ଦପୁରରେ ୭୫ ପ୍ରତିଶତ ଓ ହାଟଡିହି ବ୍ଲକରେ ୭୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହି ୩ ବ୍ଲକର ସମୁଦାୟ ୨୦୩୪ ଜଣ ଜିଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ତଥା ଓ୍ବାର୍ଡ ମେମ୍ବର ପ୍ରାର୍ଥୀଙ୍କର ଭାଗ୍ୟ ଭୋଟ ବାକ୍ସ ମଧ୍ୟରେ ସିଲ୍‌ ହୋଇଛି ।

ଝୁମ୍ପୁରା ବ୍ଲକ ନାରଦପୁର ଗ୍ରାମପଞ୍ଚାୟତ ବଳଭଦ୍ରପୁର ବୁଥ୍‌ ନମ୍ବର ୬, ୭, ୮ରେ ସ୍ଥାନୀୟ ସମସ୍ୟାକୁ ନେଇ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ଆନନ୍ଦପୁର ବ୍ଲକର ୪୦୭ ୱାର୍ଡ ମେମ୍ବର, ୬୫ ସରପଞ୍ଚ, ୪୬ସମିତି ସଦସ୍ୟ, ୧୦ ଜିଲା ପରିଷଦ ସଦସ୍ୟ, ହାଟଡିହି ବ୍ଲକର ୭୬୧ୱାର୍ଡ ସଭ୍ୟ,୧୨୫ ସରପଞ୍ଚ,୧୨୫ ସମିତି ସଦସ୍ୟ, ୧୩ ଜିଲା ପରିଷଦ ସଦସ୍ୟ, ଝୁମ୍ପୁରା ବ୍ଲକରେ ୩୧୮ ୱାର୍ଡ ସଭ୍ୟ, ୮୨ସରପଞ୍ଚ, ୭୨ ସମିତି ସଦସ୍ୟ ଓ ୧୦ ଜିଲା ପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହୋଇଛି। ହାଟଡିହି ବ୍ଲକ ନନ୍ଦିପଦା ଥାନା ମନୋହରପୁର ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଖବର ମିଳିଛି। ହାଟଡିହି ବ୍ଲକର ୧୩ ନମ୍ବର ଓ୍ବାର୍ଡରେ ସରପଞ୍ଚ ପ୍ରାର୍ଥୀଙ୍କ ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ପରିଲ୍ଲଖିତ ହୋଇଥିବା ଅଭିଯୋଗ ହୋଇଛି। ଉକ୍ତ ସ୍ଥାନରେ ପୁନଃ ଭୋଟ ଦାନ ପାଇଁ ଦାବି ହୋଇଛି ।

ସେହିପରି ତେଲକୋଇ ବ୍ଲକ ବିଞ୍ଜବାହାଳ ପଞ୍ଚାୟତର ୧ନଂ. ଓ୍ବାର୍ଡରେ ଆସନ୍ତା ୨୩ ତାରିଖ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପୁନଃ ଭୋଟ ଗ୍ରହଣ ହେବ। ଗତ ୧୮ ତାରିଖରେ ଏଠାରେ ଭୋଟ ଚାଲିଥିବା ବେଳେ ବାଲଟ ପେପର ଫୋଲ୍ଡିଂରେ ତ୍ରୁଟି ଯୋଗୁ ବିବାଦ ଦେଖାଦେଇଥିଲା। ଏଠାରେ ସାନି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?