Posted inଖେଳ

ଭାବବିହ୍ବଳ ହେଲେ ସାନିଆ

ମେଲବର୍ନ,୨୭ା୧: ଅଷ୍ଟ୍ରେଲିଆନ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ଟୁର୍ନାମେଣ୍ଟର ମିକ୍ସଡ ଡବଲ୍ସ ବର୍ଗରେ ରନର୍ସ ଅପ୍‌ ହେବା ସହିତ ଗ୍ରାଣ୍ଡସ୍ଲାମ କ୍ୟାରିୟରକୁ ବିଦାୟ ଜଣାଇଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ଅନ୍ୟତମ ଭାରତୀୟ ଖେଳାଳି ରୋହନ ବୋପାନ୍ନାଙ୍କ ସହିତ ଯୋଡି ହେଇ ଖେଳୁଥିବା ସାନିଆ ଫାଇନାଲରେ ବ୍ରାଜିଲର ଲୁସିଆ ଷ୍ଟିଫାନି ଓ ରାଫେଲ ମାଟାଓସଙ୍କ ନିକଟରୁ ୬-୭(୨) ଓ ୨-୬ ସେଟରେ ପରାଜିତ ହୋଇଛନ୍ତି। ଶୁକ୍ରବାର ରଡ ଲାଭେର ଆରେନାରେ ଖେଳାଯାଇଥିବା ଫାଇନାଲରେ ଅଣସିଡେଡ୍‌ ସାନିଆ-ବୋପାନ୍ନା ଯୋଡି ପ୍ରଥମ ସେଟରେ କଡା ଟକ୍କର ଦେଇଥିଲେ। ଟାଇବ୍ରେକରରେ ସାନିଆ-ବୋପାନ୍ନା ପ୍ରଥମ ସେଟ୍‌ ହାରିଥିବା ବେଳେ ଦ୍ୱିତୀୟ ସେଟକୁ ୨-୬ରେ ହାରି ଯାଇଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଫେବୃୟାରୀ ମାସରେ ଦୁବାଇ ମାଷ୍ଟର୍ସ ଟେନିସ୍‌ ଟୁର୍ନାମେଣ୍ଟ ପରେ ଅବସର ନେବା ସମ୍ପର୍କରେ ସାନିଆ ଘୋଷଣା କରିଥିଲେ। ଏହା ସାନିଆଙ୍କ କ୍ୟାରିୟରର ଅନ୍ତିମ ଗ୍ରାଣ୍ଡସ୍ଲାମ ହୋଇଥିବା ବେଳେ ମିକ୍ସଡ ଡବଲ୍ସରେ ରନର୍ସ ଅପ୍‌ ହୋଇଛନ୍ତି। ମ୍ୟାଚ ପରବର୍ତ୍ତୀ ଭାଷଣ ସମୟରେ ସାନିଆ ଭାବବିହ୍ବଳ ହୋଇ ପଡିଥିଲେ। ମେଲବର୍ନରୁ ମୁଁ ମୋର କ୍ୟାରିୟର ଆରମ୍ଭ କରିଥିବା ବେଳେ ମୋର ଗ୍ରାଣ୍ଡସ୍ଲାମ କ୍ୟାରିୟର ଏଠାରେ ଶେଷ କରିବା ଅତ୍ୟନ୍ତ ଗର୍ବର ବିଷୟ ବୋଲି ସାନିଆ କହିଥିଲେ। ପ୍ରଥମତଃ ଅଷ୍ଟ୍ରେଲିଆନ୍‌ ଓପନରୁ ମୋର ଗ୍ରାଣ୍ଡସ୍ଲାମ କ୍ୟାରିୟର ଆରମ୍ଭ ହୋଇଥିଲା ଏବଂ ବୋପାନ୍ନା ମୋର ପ୍ରଥମ ମିକ୍ସଡ ଡବଲ୍ସ ପାର୍ଟନର। ତେଣୁ ଏଠାରେ ନିଜର ଗ୍ରାଣ୍ଡସ୍ଲାମ କ୍ୟାରିୟର ଶେଷ କରିବା ଅତ୍ୟନ୍ତ ଗର୍ବର ବିଷୟ। ୩୬ ବର୍ଷୀୟ ସାନିଆ ନିଜ ଟେନିସ୍‌ କ୍ୟାରିୟରରେ ୬ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଏହି ଫାଇନାଲ ମ୍ୟାଚ ଦେଖିବା ପାଇଁ ସାନିଆଙ୍କ ୪ ବର୍ଷର ପୁଅ ଇଝାନ ଓ ପରିବାର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ସେହିପରି ପୂର୍ବତନ ଡବଲ୍ସ ପାର୍ଟନର କାରା ବ୍ଲାକଙ୍କୁ ମଧ୍ୟ ସେ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri