Posted inଖେଳ

ସୋଏବଙ୍କ ବିବାହକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ସାନିଆ ମିର୍ଜା

ନୂଆଦିଲ୍ଲୀ,୨୧।୧: ପାକିସ୍ତାନୀ କ୍ରିକେଟର ସୋଏବ ମଲିକ ପାକିସ୍ତାନୀ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି। ସୋଏବ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ଏଥି ସହିତ ସାନିଆ ମର୍ଜା ଏବଂ ତାଙ୍କ ପରିବାର ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ମଲିକଙ୍କ ବିବାହକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଥିଲେ। ସାନିଆଙ୍କ ଟିମ୍‌ ଏବଂ ତାଙ୍କ ପରିବାର ଏକ ବିବୃତ୍ତିରେ କହିଛନ୍ତି, ସାନିଆ ସର୍ବଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ସର୍ବସାଧାରଣଙ୍କ ନଜରରୁ ଦୂରେଇ ରଖିଛନ୍ତି। ତଥାପି ଆଜି ଏହା କହିବା ଜରୁରୀ ହୋଇପଡ଼ିଛି ଯେ ଶୋଏବ ଏବଂ ସେ କିଛି ମାସ ପୂର୍ବରୁ ଛାଡ଼ପତ୍ର ନେଇଥିଲେ। ସୋଏବଙ୍କୁ ତାଙ୍କର ନୂତନ ଯାତ୍ରା ପାଇଁ ଶୁଭେଚ୍ଛା। ତାଙ୍କ ଜୀବନର ଏହି ସମ୍ବେଦନଶୀଳ ସମୟରେ ଆମେ ସମସ୍ତ ପ୍ରଶଂସକ ଏବଂ ଶୁଭେଚ୍ଛୁମାନଙ୍କୁ ଦୟାକରି ଅନୁରୋଧ କରିବାକୁ ଚାହୁଁଛୁ ଯେ, କୌଣସି କଳ୍ପନା ଜଳ୍ପନାରୁ ନିବୃତ୍ତ ହୁଅନ୍ତୁ ଏବଂ ତାଙ୍କର ଗୋପନୀୟତାକୁ ସମ୍ମାନ ଦିଅନ୍ତୁ।

୨୦୨୨ ପରଠାରୁ ସୋଏବ ଏବଂ ସାନିଆଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା ଏବଂ ଗତ ଦୁଇ ବର୍ଷ ମଧ୍ୟରେ ଉଭୟଙ୍କୁ ଏକାଠି ଦେଖାଯାଇ ନ ଥିଲା। କିଛି ଦିନ ପୂର୍ବରୁ ଶୋଏବ ଇନଷ୍ଟାଗ୍ରାମରେ ସାନିଆଙ୍କୁ ଅନଫଲୋ କରିଥିଲେ। ସୋଏବ ଏବଂ ସାନିଆଙ୍କର ମଧ୍ୟ ଏକ ପାଞ୍ଚ ବର୍ଷର ପୁଅ ଅଛି। ସେ ସାନିଆଙ୍କ ସହିତ ରୁହନ୍ତି ।
ସାନିଆ ଏବଂ ସୋଏବ ଏପ୍ରିଲ ୨୦୧୦ରେ ହାଇଦ୍ରାବାଦରେ ବିବାହ କରିଥିଲେ ଏବଂ ଦୁହେଁ ଦୁବାଇରେ ରହୁଥିଲେ। ୩୭ ବର୍ଷୀୟ ସାନିଆଙ୍କ ସୋସିଆଲ ମିଡିଆ ପୋଷ୍ଟଗୁଡିକ ମଧ୍ୟ ସୂଚାଇ ଦେଇଛି ଯେ ସେ ଚାପରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri