Posted inଖେଳ

ଶାମିଙ୍କ ସହ ନିର୍ବନ୍ଧକୁ ନେଇ ବଡ଼ ବୟାନ ଦେଲେ ସାନିଆଙ୍କ ବାପା

ନୂଆଦିଲ୍ଲୀ,୨୧।୬: ଭାରତର ଟେନିସ ତାରକା ସାନିଆ ମିର୍ଜା ଚଳିତ ବର୍ଷ କ୍ରିକେଟର ଶୋଏବ ମଲ୍ଲିକଙ୍କଠାରୁ ଛାଡ଼ପତ୍ର ନେଇଛନ୍ତି। ଏହାପରେ ଶୋଏବ ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦଙ୍କୁ ଦ୍ୱିତୀୟ ବିବାହ କରିନେଇଥିଲେ। ହେଲେ ଏଯାଏ ସାନିଆ ଏକାକି ଅଛନ୍ତି। ଏମିତିରେ ତାଙ୍କର ଏବଂ ଭାରତୀୟ କ୍ରିକେଟର ମହମ୍ମଦ ଶାମିଙ୍କ ନାମ ଯୋଡ଼ା ଯାଉଛି। ଏପରିକି ଦୁହିଁଙ୍କ ନିର୍ବନ୍ଧ ସରିଥିବା ନେଇ ସୋସିଆଲ ମିଡିଆରେ ଫଟୋ ଭାଇରାଲ ହେବା ପରେ ସାନିଆଙ୍କ ବାପା ଇମରାନ ମିର୍ଜା ବଡ଼ ବୟାନ ଦେଇଛନ୍ତି।

ଇମରାନ ଏନ୍‌ଡିଟିଭିକୁ ସାକ୍ଷାତକାର ଦେଇ କହିଛନ୍ତି, ‘ଏସବୁ ଖବର ଗୁଜବ। ସାନିଆ କେବେ ବି ମହମ୍ମଦ ଶାମିଙ୍କୁ ଭେଟିନାହାନ୍ତି‘। ସାନିଆ ଟେନିସରୁ ଅବସର ନେବା ପରେ ଦୁବାଇରେ ରହୁଛନ୍ତି। ସେହିଭଳି ଶାମି ଆହତ ହେବା ଯୋଗୁ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି।

ତେବେ ୨୦୧୦ରେ ଶୋଏବଙ୍କୁ ବିବାହ କରିଥିଲେ ସାନିଆ। ଗତବର୍ଷଠାରୁ ଉଭୟ ଅଲଗା ହେବା ନେଇ ଖବର ଶୁଣିବାକୁ ମିଳୁଥିଲା। ହେଲେ ସେମାନେ ଚୁପ୍‌ ରହିଆସୁଥିଲେ। ଚଳିତ ବର୍ଷ ସାନିଆଙ୍କ ପରିବାର ପକ୍ଷରୁ ଦୁହେଁ ଖୁଲା ନେଇଥିବା ସ୍ପଷ୍ଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri