Posted inଖେଳ

ପୁଣି ଚର୍ଚ୍ଚାରେ ସାନିଆ-ଶୋଏବ

ମୁମ୍ବାଇ,୧୮ା୧୦: ଭାରତୀୟ ଟେନିସ୍‌ ଷ୍ଟାର ସାନିଆ ମିର୍ଜା ଓ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ଡିଭୋର୍ସ ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ସାନିଆଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟୋରି ଏହି ଚର୍ଚ୍ଚାର ମୁଖ୍ୟ କାରଣ ପାଲଟିଛି। ‘ଯଦି ମୁଁ କଥା ହେଉଛି ତେବେ ମୁଁ ତୁମ ବିଷୟରେ ଚିନ୍ତା କରୁଛି ମାତ୍ର ଯଦି ମୁଁ ନୀରବ ତେବେ ସମ୍ପର୍କ ଶେଷ’ ବୋଲି ସାନିଆ ସୋମବାର ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଷ୍ଟୋରି ରଖିଥିଲେ। ଉଭୟ ସାନିଆ ଓ ଶୋଏବ ବର୍ଷେରୁ ଅଧିକ ସମୟ ଧରି ଅଲଗା ରହୁଛନ୍ତି। ସାନିଆ ୫ ବର୍ଷର ପୁଅ ସହ ଦୁବାଇରେ ରହୁଥିବା ବେଳେ ଶୋଏବ ପାକିସ୍ତାନରେ ରହୁଛନ୍ତି। ସମୟ ସମୟରେ ସାନିଆ-ଶୋଏବଙ୍କ ଡିଭୋର୍ସକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଉଭୟ ସେଲିବ୍ରିଟି ଏହାକୁ ନେଇ କିଛି ପ୍ରତିକ୍ରିୟା ପ୍ରକାଶ କରିନାହାନ୍ତି। ନିକଟରେ ଅନ୍ତର୍ଜାତୀୟ ଟେନିସ୍‌ରୁ ଅବସର ଗ୍ରହଣ କରିଥିବା ସାନିଆଙ୍କ ଷ୍ଟୋରି ପରେ ସେ ଓ ଶୋଏବ ଅଲଗା ହେଉଥିବା ନେଇ ଫ୍ୟାନଙ୍କ ମଧ୍ୟରେ ଆଲୋଚନା ହେଉଛି।
କିଛି ଦିନ ପୂର୍ବରୁ ସାନିଆ ନିଜ ଇନ୍‌ଷ୍ଟାଗ୍ରାମରୁ ସବୁ ଫଟୋ ଡିଲିଟ୍‌ କରି ଦେଇଥିଲେ। ବର୍ତ୍ତମାନ ସାନିଆଙ୍କ ଆଇଡିରେ ଶୋଏବଙ୍କ ଗୋଟିଏ ବି ଫଟୋ ନାହିଁ। ଅନ୍ୟ ପକ୍ଷରେ ଶୋଏବ ମଧ୍ୟ ନିଜ ଇନଷ୍ଟା ବାୟୋ ପରିବର୍ତ୍ତନ କରିଛନ୍ତି। ପୂର୍ବରୁ ସେ ଜଣେ ସୁପର ଓମ୍ୟାନଙ୍କ ସ୍ବାମୀ ବୋଲି ଲେଖିଥିବା ବେଳେ ବର୍ତ୍ତମାନ ଜଣେ ଚମତ୍କାର ଶିଶୁର ପିତା ବୋଲି ଲେଖିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ପାକିସ୍ତାନୀ ଅଭିନେତ୍ରୀ ଓ ମଡେଲ ଆୟେଶା ଓମାରଙ୍କ ସହିତ ଫଟୋଶୁଟ୍‌ ପରେ ଉଭୟଙ୍କ ସମ୍ପର୍କ ଖରାପ ହେବା ନେଇ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri