ସୁସ୍ବାସ୍ଥ୍ୟ ପାଇଁ ପରିମଳ

ସୁସ୍ବାସ୍ଥ୍ୟ ପାଇଁ ପରିଷ୍କାର ପରିଚ୍ଛନ୍ନତା ଅପରିହାର୍ଯ୍ୟ। ଏହା ସହିତ ଘର ଏବଂ ବାହ୍ୟ ପରିବେଶରେ ପରିମଳ ବ୍ୟବସ୍ଥା ଆପଣେଇବା ମଧ୍ୟ ଆବଶ୍ୟକ। ବାହାରେ ଶୌଚ ହେବା ଦ୍ୱାରା ବିଭିନ୍ନ ପ୍ରକାର ଶାରୀରିକ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ। ପରିମଳ ବ୍ୟବସ୍ଥା ରୋଗ ବ୍ୟାପିବାକୁ ଦିଏ ନାହିଁ। ବାହାରେ ଶୌଚ ହେବା ଦ୍ୱାରା କଲେରା, ଟାଇଫଏଡ, ଡିସେଣ୍ଟ୍ରି ଏବଂ ସ୍କିଷ୍ଟୋସୋମାସିସ ଭଳି ସଂକ୍ରମିତ ରୋଗ ବ୍ୟାପିବାର ଆଶଙ୍କା ରହିଥାଏ। ବାହାରେ ଶୌଚ ହେବା ଦ୍ୱାରା ମହିଳାଙ୍କ ସ୍ବାସ୍ଥ୍ୟ ଉପରେ ଅଧିକ ନକାରାତ୍ମକ ପ୍ରଭାବ ପଡ଼ିଥାଏ।
ତେଣୁ ଲୋକଙ୍କୁ ଶୌଚାଳୟ ବ୍ୟବହାର କରିବା ସମ୍ପର୍କରେ ସଚେତନ କରାଇବା ଲାଗି ପ୍ରତିବର୍ଷ ନଭେମ୍ବର ୧୯ରେ ବିଶ୍ୱ ଶୌଚାଳୟ ଦିବସ ପାଳନ କରାଯାଇଥାଏ। ୨୦୦୧ ନଭେମ୍ବର ୧୯ରେ ପ୍ରଥମେ କୌଣସି ସ୍ବୀକୃତି ବିନା ସିଙ୍ଗାପୁରର ଏକ ସ୍ବେଚ୍ଛାସେବୀ ସଂସ୍ଥା ପକ୍ଷରୁ ଏହି ଦିବସ ପାଳନ କରାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଜାତିସଂଘ ପକ୍ଷରୁ ୨୦୧୨ ନଭେମ୍ବର ୧୯ରେ ଏହି ଦିବସ ପାଳନ ଲାଗି ସ୍ବୀକୃତି ପ୍ରଦାନ କରାଯାଇଥିଲା।

ଏବେ ବି ପୃଥିବୀରେ ପ୍ରାୟ ୪.୨ ବିଲିୟନ୍‌ ଲୋକ ବିନା ପରିମଳ ବ୍ୟବସ୍ଥାରେ ବାସ କରୁଛନ୍ତି। ସେଥିମଧ୍ୟରୁ ୬୭୩ ନିୟୁତ ଲୋକ ବାହାରେ ମଳତ୍ୟାଗ କରିଥାନ୍ତି। ତେବେ ଏହାକୁ ରୋକିବା ଲାଗି ୨୦୨୦ରେ ମିଳିତ ଜାତିସଂଘ ପକ୍ଷରୁ ସ୍ଥାୟୀ ବିକାଶ ଲକ୍ଷ୍ୟ ରିପୋର୍ଟ ପ୍ରକାଶିତ ହୋଇଥିଲା। ୨୦୩୦ ସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି।

ଜାତିସଂଘର ସଂସ୍ଥା, ଅନ୍ତର୍ଜାତୀୟ ସଂଗଠନ, ସ୍ଥାନୀୟ ନାଗରିକ ସମାଜ ସଂଗଠନ ଏବଂ ସ୍ବେଚ୍ଛାସେବୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏବଂ କାର୍ଯ୍ୟକୁ ପ୍ରେରଣା ଯୋଗାଇବା ପାଇଁ ବିଶ୍ୱ ଶୌଚାଳୟ ଦିବସରେ ଉଦ୍ୟମ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri