ଆଖଣ୍ଡଳମଣି ପୀଠରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଆରଡ଼ି,୧୭।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ଉନ୍ନତୀକରଣ ପାଇଁ ୬ବର୍ଷ ତଳେ ୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ତଦନୁଯାୟୀ କାର୍ଯ୍ୟ ମଧ୍ୟ ଚାଲୁ ରହିଥିଲା। ନଭେମ୍ବର ସୁଦ୍ଧା ମନ୍ଦିର ବେଢ଼ା ସମ୍ପ୍ରସାରଣ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ପୀଠ ଗସ୍ତ ଅବସରରେ ଘୋଷଣା କରିଥିଲେ। ହେଲେ ଫେବୃୟାରୀ ସରିବାକୁ ବସିଥିଲେ ବି ନିର୍ମାଣ କାର୍ଯ୍ୟ ସରିନାହିଁ। ଏହାବ୍ୟତୀତ ପୀଠ ସୌନ୍ଦର୍ଯ୍ୟକରଣ ନିମନ୍ତେ ପୁନଃ ୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇ ଯଥାଶୀଘ୍ର କାର୍ଯ୍ୟ ଆରମ୍ଭ ହେବ ବୋଲି ମଧ୍ୟ ଦୁଇ ସଚିବ ଘୋଷଣା କରିଥିଲେ। ପ୍ରାଥମିକ ୬କୋଟି ଟଙ୍କାର କାମ ୬ ବର୍ଷ ପୂରିଥିଲେ ବି ଆଦ୍ୟାବଧି ଶେଷ ହୋଇନାହିଁ। ସେହିଭଳି ୬୦କୋଟି ଟଙ୍କାର ନିର୍ମାଣ କାର୍ଯ୍ୟ କେତେ ବର୍ଷ ଲାଗିବ ବୋଲି ସ୍ଥାନୀୟ ଅଧିବାସୀ ପ୍ରଶ୍ନ ଉଠାଇଛନ୍ତି। ଏପଟେ ଆଉ ମାତ୍ର ଦିନକ ପରେ ପୀଠରେ ଜାଗର ଯାତ୍ରା। ଏହାକୁ ସୁଚାରୁରୂପେ ସମ୍ପାଦନ କରିବାକୁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ୨ଥର ସମୀକ୍ଷା ବୈଠକ ବସିଛି। ପୀଠରେ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ମାତ୍ର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଏବେ ବି ପଡ଼ିରହିଛି। ଧର୍ମଶାଳା ପଡ଼ିଆ ପାର୍ଶ୍ୱ, ନୂତନ ଅତିଥି ଭବନ ପାର୍ଶ୍ୱ, ଚୂଳପକା ମଣ୍ଡପକୁ ଯିବା ରାସ୍ତାପାର୍ଶ୍ୱ ଓ ଗୁଡ଼ିଆସାହି ରାସ୍ତାପାର୍ଶ୍ୱରେ ଆବର୍ଜନା ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥାର ଚିତ୍ର ପ୍ରଦାନ କରୁଛି ବୋଲି ସ୍ଥାନୀୟ ବୁଦ୍ଧିଜୀବୀମାନେ ପ୍ରକାଶ କରିଛନ୍ତି। ମହାଶିବରାତ୍ରି ପୂର୍ବରୁ ଓ ପରେ ଏହି ଆବର୍ଜନା ହଟାଯିବାକୁ ପୂର୍ବତନ ଜିଲା ପରିଷଦ ସଭ୍ୟ ସୁରେଶ ସାହୁ ଓ ସୁନ୍ଦରପୁର ସମିତିସଭ୍ୟ ଶରତ ବେହୁରିଆ ଦାବି କରିଛନ୍ତି। ଏ ସମ୍ପର୍କରେ ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ କହିଛନ୍ତି, ଜାଗର ପାଇଁ ପୀଠ ଚତୁଃପାର୍ଶ୍ୱ ପ୍ରତିଦିନ ସଫେଇ ଚାଲିଛି। ସ୍ଥାୟୀ ଡ୍ରେନେଜ ବ୍ୟବସ୍ଥା ଲାଗି ପ୍ରସ୍ତୁତି ଚାଲିଛି। ସମାଧାନ ପାଇଁ ସମୟ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?