ଆଖଣ୍ଡଳମଣି ପୀଠରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଆରଡ଼ି,୧୭।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ଉନ୍ନତୀକରଣ ପାଇଁ ୬ବର୍ଷ ତଳେ ୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା। ତଦନୁଯାୟୀ କାର୍ଯ୍ୟ ମଧ୍ୟ ଚାଲୁ ରହିଥିଲା। ନଭେମ୍ବର ସୁଦ୍ଧା ମନ୍ଦିର ବେଢ଼ା ସମ୍ପ୍ରସାରଣ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସରିବ ବୋଲି ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ପୀଠ ଗସ୍ତ ଅବସରରେ ଘୋଷଣା କରିଥିଲେ। ହେଲେ ଫେବୃୟାରୀ ସରିବାକୁ ବସିଥିଲେ ବି ନିର୍ମାଣ କାର୍ଯ୍ୟ ସରିନାହିଁ। ଏହାବ୍ୟତୀତ ପୀଠ ସୌନ୍ଦର୍ଯ୍ୟକରଣ ନିମନ୍ତେ ପୁନଃ ୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇ ଯଥାଶୀଘ୍ର କାର୍ଯ୍ୟ ଆରମ୍ଭ ହେବ ବୋଲି ମଧ୍ୟ ଦୁଇ ସଚିବ ଘୋଷଣା କରିଥିଲେ। ପ୍ରାଥମିକ ୬କୋଟି ଟଙ୍କାର କାମ ୬ ବର୍ଷ ପୂରିଥିଲେ ବି ଆଦ୍ୟାବଧି ଶେଷ ହୋଇନାହିଁ। ସେହିଭଳି ୬୦କୋଟି ଟଙ୍କାର ନିର୍ମାଣ କାର୍ଯ୍ୟ କେତେ ବର୍ଷ ଲାଗିବ ବୋଲି ସ୍ଥାନୀୟ ଅଧିବାସୀ ପ୍ରଶ୍ନ ଉଠାଇଛନ୍ତି। ଏପଟେ ଆଉ ମାତ୍ର ଦିନକ ପରେ ପୀଠରେ ଜାଗର ଯାତ୍ରା। ଏହାକୁ ସୁଚାରୁରୂପେ ସମ୍ପାଦନ କରିବାକୁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ୨ଥର ସମୀକ୍ଷା ବୈଠକ ବସିଛି। ପୀଠରେ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ମାତ୍ର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଏବେ ବି ପଡ଼ିରହିଛି। ଧର୍ମଶାଳା ପଡ଼ିଆ ପାର୍ଶ୍ୱ, ନୂତନ ଅତିଥି ଭବନ ପାର୍ଶ୍ୱ, ଚୂଳପକା ମଣ୍ଡପକୁ ଯିବା ରାସ୍ତାପାର୍ଶ୍ୱ ଓ ଗୁଡ଼ିଆସାହି ରାସ୍ତାପାର୍ଶ୍ୱରେ ଆବର୍ଜନା ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥାର ଚିତ୍ର ପ୍ରଦାନ କରୁଛି ବୋଲି ସ୍ଥାନୀୟ ବୁଦ୍ଧିଜୀବୀମାନେ ପ୍ରକାଶ କରିଛନ୍ତି। ମହାଶିବରାତ୍ରି ପୂର୍ବରୁ ଓ ପରେ ଏହି ଆବର୍ଜନା ହଟାଯିବାକୁ ପୂର୍ବତନ ଜିଲା ପରିଷଦ ସଭ୍ୟ ସୁରେଶ ସାହୁ ଓ ସୁନ୍ଦରପୁର ସମିତିସଭ୍ୟ ଶରତ ବେହୁରିଆ ଦାବି କରିଛନ୍ତି। ଏ ସମ୍ପର୍କରେ ମନ୍ଦିର ପରିଚାଳକ ବିଦ୍ୟାଧର ପଲାଇ କହିଛନ୍ତି, ଜାଗର ପାଇଁ ପୀଠ ଚତୁଃପାର୍ଶ୍ୱ ପ୍ରତିଦିନ ସଫେଇ ଚାଲିଛି। ସ୍ଥାୟୀ ଡ୍ରେନେଜ ବ୍ୟବସ୍ଥା ଲାଗି ପ୍ରସ୍ତୁତି ଚାଲିଛି। ସମାଧାନ ପାଇଁ ସମୟ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri