ମୋହନା ଗ୍ରାମରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଆର.ଉଦୟଗିରି,୩୦ା୩(ଡି.ଏନ.ଏ.): ମୋହନା ଗ୍ରାମରେ ଥିବା ମୁଖ୍ୟ ବଜାର ଓ ସାହିଗୁଡ଼ିକରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ମୋହନା ସଦର ମହକୁମା ହୋଇଥିଲେ ମଧ୍ୟ ଡ୍ରେନେଜ ବ୍ୟବସ୍ଥା ନାହିଁ। ଅଳିଆ ଆବର୍ଜନା ଭର୍ତ୍ତି ହୋଇ ରହିଛି। ବର୍ଷା ହେଲେ ଡ୍ରେନ୍‌ର ପାଣି ରାସ୍ତାରେ ଭାସୁଛି। ଅଳିଆ ଆବର୍ଜନା ସବୁ ରାସ୍ତା ଉପରକୁ ଚାଲି ଆସୁଛି। ଫଳରେ ପରିବେଶ ଦୂଷିତ ହୋଇ ମଶାମାଛିଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ପରିମଳ ବିଭାଗ ଦ୍ୱାରା ମଧ୍ୟ ନଳକୂପର ଚାରିପାଖ ସଫାସୁତରା କରାଯାଉନାହିଁ। ନଳକୂପ ଚାରିପାଖରେ ପାଣି ଜମି ରହୁଥିଲେ ମଧ୍ୟ ବ୍ଲିଚିଂ ସିଞ୍ଚନ ହେଉନାହିଁ। ଗାଁଗୁଡ଼ିକରେ ଗାଁ କଲ୍ୟାଣ ସମିତି ଗଠନ କରାଯାଇଛି। ସମିତିଗୁଡିକ ମଧ୍ୟ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ବର୍ଷକୁ ସେମାନେ ପାଉଥିବା ୧୦ ହଜାର ଟଙ୍କା ଅନୁଦାନ କେଉଁ ବାବଦରେ ଖର୍ଚ୍ଚ ହେଉଛି ତାହାକୁ ନେଇ ସାଧାରଣତରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଗ୍ରାମରେ ପରିମଳ ବ୍ୟବସ୍ଥା ନ ସୁଧାର ହେଲେ ଆଗାମୀ ଦିନରେ ଗ୍ରାମ ଲୋକେ ଝାଡାବାନ୍ତି ସହ ମ୍ୟାଲେରିଆ ଜ୍ୱରରେ ଆକ୍ରାନ୍ତ ହେବା ସମ୍ଭାବନା ରହିଛି। ମୋହନା ଖ୍ରୀଷ୍ଟିୟାନ ସାହି ଡ୍ରେନ୍‌ଗୁଡିକ ଦୀର୍ଘ ବର୍ଷ ହେଲା ସଫା ନ କରାଯିବାରୁ ସାହି ଲୋକଙ୍କ ଘରପାଣି ଡ୍ରେନ୍‌ ଯିବା ବଦଳରେ ରାସ୍ତା ଉପରେ ଭାସୁଛି। ସାହି ବାସିନ୍ଦାମାନେ ବହୁବାର ସରପଞ୍ଚ ଏବଂ ପିଇଓମାନଙ୍କୁ ଜଣାଇବା ସତ୍ତ୍ୱେ ପଞ୍ଚାୟତ ଅଧିକାରୀ ଡ୍ରେନ ସଫା ନ କରିବା ଦ୍ୱାରା ସାହି ଲୋକଙ୍କୁ ଡେଙ୍ଗୁ ହେବାର ବହୁ ସମ୍ଭାବନା ଅଛି। ପ୍ରଶାସନ ପକ୍ଷରୁ ଏଥିପ୍ରତି ଦୃଷ୍ଟି ଦେବାଲାଗି ସାଧାରଣତରେ ଦାବି ହେଉଛି। ଏ ନେଇ ସ୍ଥାନୀୟ ସରପଞ୍ଚ ସୁନିତା ମଳିକ ଯୋଗାଯୋଗ କରିବାରୁ ସେ କହିଥିଲେ ମୋହନାରେ ଡେଙ୍ଗୁ ହେବା ସମୟରେ କିଛି ସାହି ଡ୍ରେନ୍‌ ସଫା କରାଯାଇଥିଲା। ଜିଲାପାଳ ଦୃଷ୍ଟିଦେଇ ଡ୍ରେନଗୁଡିକ ସଫା କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri