କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା ଏବଂ ଏହା ନ କଲେ ଛଟେଇ ଧମକ ଦିଆଯାଉଥିବା ସଫେଇ କର୍ମଚାରୀମାନେ ଅଭିଯୋଗ କରିଛନ୍ତି । ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ଭେଟି ସଫେଇ କର୍ମଚାରୀମାନେ ଏହି ଅଭିଯୋଗ କରିଛନ୍ତି। ସେମାନଙ୍କ କହିବାଅନୁସାରେ, ସଫେଇ କର୍ମଚାରୀଙ୍କ ମୂଳ କାମ ହେଲା ହସ୍ପିଟାଲର ସଫେଇ କାମ କରିବା। ଏହି କାମକୁ ସଫେଇ କର୍ମଚାରୀମାନେ ଦାୟିତ୍ୱର ସହ ପାଳନ କରୁଛନ୍ତି । ତେବେ ଏହା ବାହାରେ କର୍ମଚାରୀଙ୍କୁ ହସ୍ପିଟାଲର ଅତିରିକ୍ତ କାମ ଦିଆଯାଉଛି। ରୋଗୀମାନଙ୍କୁ ଗାଧୋଇବା, ସଫା କରିବା, ଓଟି ଭିତର ଡାକ୍ତରମାନଙ୍କ ଚପଲ ସଫେଇ କାମ କରିବା, ବିଭିନ୍ନ ଲୁହା ସାମଗ୍ରୀ ନେବା ଆଣିବା, ପେଟି ବୋହିବା, ରୋଗୀଙ୍କୁ ନେବା ଆଣିବା ଏପରି କି ମୃତଦେହ ବୋହିବା କାମ କରିବାକୁ କୁହାଯାଉଛି। କୌଣସି ପରିସ୍ଥିତିରେ ଯଦି କିଛି କେହି ସଫେଇ କର୍ମଚାରୀମାନେ ଅଭିଯୋଗ କରୁଛନ୍ତି। ତେବେ କାମ କରି ନପାରିଲେ ସେମାନଙ୍କୁ ଦର୍ବ୍ୟବହାର ସହ ଛଟେଇ କରିବାକୁ ଧମକ ଦିଆଯାଉଛି। ଏହି ସମସ୍ୟାର ସମାଧାନ ନ ହେଲେ ଏବଂ ସଫେଇ କର୍ମଚାରୀଙ୍କୁ ଉଚିତ୍‌ ସମ୍ମାନ ପ୍ରଦର୍ଶନ ନ କଲେ ସେମାନେ ବାଧ୍ୟ ହୋଇ ଆଗକୁ ଆନ୍ଦୋଳନ କରିବେ ବୋଲି କର୍ମଚାରୀ ଗୀତାଞ୍ଜଳି ଦୀପ, ବନିତା କୁମ୍ଭାର, କିଶନ ବଗର୍ଭି ପ୍ରମୁଖ ଚେତାବନୀ ଦେଇଛନ୍ତି। ସଫେଇ କର୍ମଚାରୀଙ୍କ ଅଭିଯୋଗ ଶୁଣିବା ପରେ ଏ ସଂକ୍ରାନ୍ତରେ ହସ୍ପିଟାଲ ଅଧିକାରୀଙ୍କ ସହ ଆଲୋଚନା କରି ଉଚିତ୍‌ ପଦକ୍ଷେପ ନେବେ ବୋଲି ବିଧାୟକ ସିଂଦେଓ ପ୍ରତିଶ୍ରୁତି ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଫସିଗଲେ ପ୍ରଣିତ ମୋରେ, ବାଧ୍ୟ ହୋଇ ଇନଷ୍ଟାଗ୍ରାମ ଆକାଉଣ୍ଟ କଲେ ଡିଲିଟ୍‌ !

ମୁମ୍ବାଇ: ବିବାଦ ଘେରରେ ଜଣାଶୁଣା ଷ୍ଟାଣ୍ଡ-ଅପ କମେଡିଆନ ପ୍ରଣିତ ମୋରେ। ତାଙ୍କ ଶୋ’ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ତାଙ୍କୁ ପ୍ରବଳ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri