ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହାଫଳରେ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପହିଛି। ସାହି ସାହିରେ କୁଢ଼ କୁଢ଼ ଆବର୍ଜନା । ସବୁଠି ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି।

କବିସୂର୍ଯ୍ୟନଗର ଏନଏସିକୁ ସରକାର ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି। l ହେଲେ ଏଠି ବିକାଶ ଦୂରର କଥା ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏଠାରେ କାଉନସିଲର ବୈଠକ ବସୁ ନ ଥିବା ବେଳେ ନିର୍ୱାହୀ ଅଧିକାରୀ ଓ ଭାରପ୍ରାପ୍ତ ଅଧ୍ୟକ୍ଷଙ୍କ ଦେଖାମିଳୁ ନାହିଁ। ସୋମବାର ସମସ୍ତ ଅସ୍ଥାୟୀ ପରିମଳ କର୍ମଚାରୀ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ମହାତ୍ମା ଗାନ୍ଧୀଙ୍କ ଫୋଟ ରଖି ଆନ୍ଦୋଳନରେ ବସିଛନ୍ତି।

ପୂର୍ୱ ନିରାକାର ପରିମଳ ସଂସ୍ଥାର ୮ ମାସର ଦରମା ଓ ବର୍ତ୍ତମାନ ମହାଦେବ ପରିମଳ ସଂସ୍ଥାର ୨ ମାସର ଦରମା ବକେୟା ରହିଛି । ସେହିପରି ପୂର୍ୱେ ମୋଟ ୬୨ଜଣ ସଫେଇ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ନୂତନ ଭାବେ ୧୦ ଜଣ ଯୋଗ ଦେଇଛନ୍ତି ।

ନୂତନ ଭାବେ ଟେଣ୍ଡର ନେଇଥିବା ମହାଦେବ ସଂସ୍ଥା ୯୫ ଜଣ ନିଯୁକ୍ତି ପାଇଁ ଚୁକ୍ତି କରିଥିଲେ ସୁଦ୍ଧା ୩୦ ଜଣଙ୍କୁ ଛଟେଇ କରିବା ନେଇ ସନ୍ଦେହ ସୃଷ୍ଟି ହୋଇଛି । ବକେୟା ଦରମା ହେତୁ କର୍ମଚାରୀ ଚଳିବା ନେଇ ସମସ୍ୟା ଉପୁଜି ଥିବାର ଅଭିଯୋଗ ହୋଇଛି।

ଏ ନେଇ ଭାରପ୍ରାପ୍ତ ଅଧ୍ୟକ୍ଷ, ନିର୍ୱାହୀ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ l କନିଷ୍ଠ ପରିମଳ ଏକ୍ସପାର୍ଟ ମନୋଜ କୁମାର ଦତ୍ତଙ୍କୁ ପଚାରିବାରେ ସେ କହିଛନ୍ତି ଆନ୍ଦୋଳନରତ କର୍ମଚାରୀଙ୍କ ମାଷ୍ଟର ରୋଲ ସାଇନ ହୋଇନି, କାର୍ଯ୍ୟରେ ଅନୁପସ୍ଥିତ ଷ୍ଟେଟମେଣ୍ଟ ନାହିଁ, ଇଏସଆଇ ଦେଇନାହାନ୍ତି। ଏ ସମସ୍ତ କାଗଜପତ୍ର ଦାଖଲ କଲେ ଯାଇ ଦରମା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri