ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ ସାରାଦିନ ସବୁଜିମା କୋଳରେ ବିତାଇ ସନ୍ଧ୍ୟାରେ ଘରକୁ ବାହୁଡ଼ିବା ବେଳକୁ ସୁରକ୍ଷା ଚିନ୍ତାରେ ପର୍ଯ୍ୟଟକ ହୋଇପଡୁଛନ୍ତି ଶଙ୍କାଗ୍ରସ୍ତ। ନିଛାଟିଆ ଅଞ୍ଚଳରେ ମଦ୍ୟପ, ଅସାମାଜିକଙ୍କ ରାଜୁତି ଏହି ଶାନ୍ତି ଇଲାକାକୁ କରିଦେଉଛି ଅସୁରକ୍ଷିତ। କେବଳ ସୁରକ୍ଷା ନୁହେଁ, ପାନୀୟ ଜଳ ସୁବିଧା ନ ଥିବାରୁ ବଣଭୋଜି ପାଇଁ ୫ କିଲୋମିଟର ଦୂରରୁ ବୁହା ହୋଇ ଆସୁଛି ପାଣି। ସରକାରୀ ଅବହେଳା ପାଇଁ ନାଲିଫିତା ତଳେ କୋଟିଏ ଟଙ୍କାର ପ୍ରସ୍ତାବ ଅଟକି ରହିଥିବାବେଳେ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦଖଲ କରିବାକୁ ସଂଘର୍ଷ କରୁଛି ‘ସାପୁଆ’।
ହିନ୍ଦୋଳ ବ୍ଲକ ରାସୋଳ ଅଞ୍ଚଳର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ‘ସାପୁଆ’କୁ ମିଳିଛି ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ। ଭୁବନେଶ୍ୱରଠାରୁ ପ୍ରାୟ ୯୦ କିଲୋମିଟର ଏବଂ ଢେଙ୍କାନାଳଠାରୁ ୪୦ କିମି ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳୀ। ପର୍ଯ୍ୟଟନ ଋତୁରେ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସମାଗମ ହେଉଥିବାବେଳେ ବଣଭୋଜି ପାଇଁ ଏହା ପ୍ରକୃଷ୍ଟ ସ୍ଥାନ। ସେହିପରି ଢେଙ୍କାନାଳ, ଅନୁଗୋଳ ଜିଲାର ପ୍ରକୃତିପ୍ରେମୀ ଅପରାହ୍ନରେ ପ୍ରକୃତିର ଶୋଭାକୁ ଉପଭୋଗ କରିବା ପାଇଁ ଏଠାରେ ଭିଡ଼ ଜମାଇଥାଆନ୍ତି। ଜଳଭଣ୍ଡାରରୁ ଜଳ ନିଷ୍କାସନ ପାଇଁ ନିର୍ମାଣ କରାଯାଇଥିବା ସର୍ପିଳ କଂକ୍ରିଟ୍‌ ସ୍କୁଇସ୍‌ ଗେଟ୍‌ ଏହାକୁ ଅଧିକ ଆକର୍ଷଣୀୟ କରିଥିବାବେଳେ ନିକଟ ଜଙ୍ଗଲରୁ ପାଣି ପିଇବାକୁ ଆସୁଥିବା ହରିଣ, ହାତୀଙ୍କ ଜଳକ୍ରୀଡ଼ା ଦୃଶ୍ୟକୁ କ୍ୟାମେରାରେ କଏଦ କରିବାକୁ ଅନେକେ ଅପେକ୍ଷା କରିଥାଆନ୍ତି।
ତେବେ ଏଭଳି ଏକ ପର୍ଯ୍ୟଟନସ୍ଥଳୀ ସରକାର ଏବଂ ପ୍ରଶାସନିକ ଅବହେଳାରୁ ଅବହେଳିତ ଅବସ୍ଥାରେ ରହିଛି। ଏହାକୁ ନୂଆ ରୂପ ଦେବାକୁ ୨୦୧୯ରେ ଜିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ପ୍ରସ୍ତାବ ସରକାରଙ୍କୁ ଦିଆଯାଇଥିଲା। ହେଲେ ଅଦ୍ୟାବଧି କୌଣସି ପଦକ୍ଷେପ ନିଆଯାଇନାହିଁ। ପିଇବା ପାଣି ସୁବିଧା ନ ଥିବାରୁ ସାପୁଆଠାରୁ ୫ କିଲୋମିଟର ପୂର୍ବରୁ ଥିବା ରାସୋଳ-ତେଲିଭୂଇଁ ଛକରୁ ପର୍ଯ୍ୟଟକଙ୍କୁ ପାଣି ବୋହି ନେବାକୁ ପଡୁଛି। ଆଲୋକ ବ୍ୟବସ୍ଥା ନ ଥିବାରୁ ସଞ୍ଜ ନଇଁଲେ ଅସାମାଜିକଙ୍କ ଆଡ୍ଡା ପାଲଟୁଛି ସାପୁଆ। ପରିବାର ସହ ଆସିଥିବା ପର୍ଯ୍ୟଟକଙ୍କ ସୁରକ୍ଷା ସନ୍ଦିହାନ ହୋଇପଡୁଥିବାରୁ ସେମାନେ ତରବରିଆ ଭାବେ ଫେରିବାକୁ ବାଧ୍ୟ ହେଉଛନ୍ତି। ଆଲୋକୀକରଣ ବ୍ୟବସ୍ଥା, ପାର୍କିଂ ସୁବିଧା ସହ କେତେକ ଦୋକାନ ଖୋଲିବାକୁ ଅନୁମତି ଦିଆଗଲେ ଏହି ପର୍ଯ୍ୟଟନ ସ୍ଥଳୀ ଅଧିକ ଚଳଚଞ୍ଚଳ ହୋଇପାରନ୍ତା। ସେହିପରି କନ୍ଧରା-ସାତକୋଶିଆ ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏହି ପର୍ଯ୍ୟଟନସ୍ଥଳୀରେ ଓ୍ବାଚ୍‌ ଟାଓ୍ବାର କରାଗଲେ ଦୂରଦୂରାନ୍ତର ଯାଏ ସବୁଜିମା, ବନ୍ୟଜୀବନକୁ ଉପଭୋଗ କରିହେବ। ସ୍ଥାନୀୟ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛାଶକ୍ତି ଏବଂ ରାଜ୍ୟ ସରକାର ସ୍ବତନ୍ତ୍ର ଅନୁଦାନ ଦେଲେ ‘ସାପୁଆ’ର ବିକାଶ ପାଇଁ ବାଟଫିଟନ୍ତା ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri