ଆଦିତ୍ୟ ରୟ କପୁରଙ୍କ ସହ ନଜର ଆସିବେ ସଞ୍ଜନା

ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ ବେଚାରା’ରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ସଞ୍ଜନା ସାଙ୍ଘି ଆଦିତ୍ୟ ରୟ କପୁରଙ୍କ ସହ ଫିଲ୍ମ ‘ଓମ ଦ ବ୍ୟାଟେଲ’ରେ ନଜର ଆସିବେ ବୋଲି ଜଣାପଡିଛି । ଫିଲ୍ମ ନିର୍ମାତା ଅହମ୍ମଦ ଖାଁ କହିଛନ୍ତି ପ୍ରଥମ ଅଭିନୟ ହିଁ ସଞ୍ଜନାଙ୍କର ଥିଲା ଏକ ପରପକ୍ୱ ଅଭିନୟ । ତେଣୁ ଏହି ଫିଲ୍ମରେ ତାଙ୍କୁ ନେବାକୁ ଉଚିତ୍ ମଣିଛନ୍ତି ନିର୍ମାତା । ଏଥିରେ ସଞ୍ଜନାଙ୍କର ଆକ୍ସନ ସିନ୍ ରହିବ ବୋଲି ଜଣାପଡିଛି । ଏହାକୁ ନେଇ ଅଭିନେତ୍ରୀ କହିଛନ୍ତି ଆକ୍ସନ ମୁଭିରେ ଅଭିନୟ କରିବାର ସୁଯୋଗ ମିଳିବା ଭାଗ୍ୟର କଥା ବା ସମ୍ମାନର କଥା । ଏଥିପାଇଁ ସେ ନିର୍ମାତା ନିର୍ଦ୍ଦେଶକଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି ଫିଲ୍ମରେ ସଞ୍ଜନା କାବ୍ୟା କ୍ୟାରେକ୍ଟରରେ ଆସୁଥିବା ବେଳେ ଏହା ଦେଶର ଯୁବତୀଙ୍କୁ ପେରଣା ଦେବ ନିଶ୍ଚୟ । ତେବେ ଏଥିରେ ସେ ଯେଉଁ ଚରିତ୍ରରେ ଆସୁଛନ୍ତି ତାହା ତାଙ୍କ ପାଇଁ ସମ୍ପୂର୍ଣ୍ଣ ଅଲଗା ବୋଲି ସେ କହିଛନ୍ତି । ଏଥିରେ ସଞ୍ଜନାଙ୍କ ପାଇଁ ଆକ୍ସନ ସିନ୍ ଥିବାରୁ ଏହାକୁ ନେଇ ସେ ଖୁବ୍ ଏକ୍ସସାଇଟେଡ୍ ଅଛନ୍ତି ଆଉ ଏହା ପାଇଁ ପ୍ରସ୍ତୁତି ମଧ୍ୟ ଜାରି ରଖିଛନ୍ତି । ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହାର ଶୁଟିଂ ଶେଷ କରିବାକୁ ନିର୍ମାତା ଲକ୍ଷ୍ୟ ରଖିଥିବା ବେଳେ ଆସନ୍ତା ବର୍ଷ ମଧ୍ୟଭାଗରେ ଏହା ରିଲିଜ୍ କରିବାର ଯୋଜନା ରହିଛି । ଦେଶର ତିନୋଟି ପ୍ରମୁଖ ସ୍ଥାନରେ ଏହାର ଶୁଟିଂ କରାଯିବା ସହ ବିଦେଶରେ ମଧ୍ୟ କିଛି ଅଂଶ ଶୁଟିଂ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri