ଆଦିତ୍ୟ ରୟ କପୁରଙ୍କ ସହ ନଜର ଆସିବେ ସଞ୍ଜନା

ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ ବେଚାରା’ରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଅଭିନେତ୍ରୀ ସଞ୍ଜନା ସାଙ୍ଘି ଆଦିତ୍ୟ ରୟ କପୁରଙ୍କ ସହ ଫିଲ୍ମ ‘ଓମ ଦ ବ୍ୟାଟେଲ’ରେ ନଜର ଆସିବେ ବୋଲି ଜଣାପଡିଛି । ଫିଲ୍ମ ନିର୍ମାତା ଅହମ୍ମଦ ଖାଁ କହିଛନ୍ତି ପ୍ରଥମ ଅଭିନୟ ହିଁ ସଞ୍ଜନାଙ୍କର ଥିଲା ଏକ ପରପକ୍ୱ ଅଭିନୟ । ତେଣୁ ଏହି ଫିଲ୍ମରେ ତାଙ୍କୁ ନେବାକୁ ଉଚିତ୍ ମଣିଛନ୍ତି ନିର୍ମାତା । ଏଥିରେ ସଞ୍ଜନାଙ୍କର ଆକ୍ସନ ସିନ୍ ରହିବ ବୋଲି ଜଣାପଡିଛି । ଏହାକୁ ନେଇ ଅଭିନେତ୍ରୀ କହିଛନ୍ତି ଆକ୍ସନ ମୁଭିରେ ଅଭିନୟ କରିବାର ସୁଯୋଗ ମିଳିବା ଭାଗ୍ୟର କଥା ବା ସମ୍ମାନର କଥା । ଏଥିପାଇଁ ସେ ନିର୍ମାତା ନିର୍ଦ୍ଦେଶକଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହି ଫିଲ୍ମରେ ସଞ୍ଜନା କାବ୍ୟା କ୍ୟାରେକ୍ଟରରେ ଆସୁଥିବା ବେଳେ ଏହା ଦେଶର ଯୁବତୀଙ୍କୁ ପେରଣା ଦେବ ନିଶ୍ଚୟ । ତେବେ ଏଥିରେ ସେ ଯେଉଁ ଚରିତ୍ରରେ ଆସୁଛନ୍ତି ତାହା ତାଙ୍କ ପାଇଁ ସମ୍ପୂର୍ଣ୍ଣ ଅଲଗା ବୋଲି ସେ କହିଛନ୍ତି । ଏଥିରେ ସଞ୍ଜନାଙ୍କ ପାଇଁ ଆକ୍ସନ ସିନ୍ ଥିବାରୁ ଏହାକୁ ନେଇ ସେ ଖୁବ୍ ଏକ୍ସସାଇଟେଡ୍ ଅଛନ୍ତି ଆଉ ଏହା ପାଇଁ ପ୍ରସ୍ତୁତି ମଧ୍ୟ ଜାରି ରଖିଛନ୍ତି । ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହାର ଶୁଟିଂ ଶେଷ କରିବାକୁ ନିର୍ମାତା ଲକ୍ଷ୍ୟ ରଖିଥିବା ବେଳେ ଆସନ୍ତା ବର୍ଷ ମଧ୍ୟଭାଗରେ ଏହା ରିଲିଜ୍ କରିବାର ଯୋଜନା ରହିଛି । ଦେଶର ତିନୋଟି ପ୍ରମୁଖ ସ୍ଥାନରେ ଏହାର ଶୁଟିଂ କରାଯିବା ସହ ବିଦେଶରେ ମଧ୍ୟ କିଛି ଅଂଶ ଶୁଟିଂ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?