ପର୍ଯ୍ୟଟକଙ୍କ ନୂଆ ଠିକଣା ସାଞ୍ଜାପାଟା ଭିୟୁ, ହାତପାହାନ୍ତାରେ ସ୍ବର୍ଗ, ମନୋରମ ଦୃଶ୍ୟ ଦେଖି…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ହିଲଭିୟୁ ପାର୍କରୁ ଆରମ୍ଭ କରି ମିଡିୟୁବାନ୍ଦା ଜଳପ୍ରପାତ ସମେତ କିସୁବାଡ଼ି ଜଳପ୍ରପାତ, ଲଭର୍ସ ପଏଣ୍ଟ ଆଦି ଅଞ୍ଚଳର ଲୋକଙ୍କ ଦ୍ୱାରା ଏକାଧିକ ଜଳପ୍ରପାତ ସମେତ ନୂଆ ନୂଆ ପର୍ଯ୍ୟଟନ କ୍ଷେତ୍ରଗୁଡିକର ଆବିଷ୍କାର ହେଉଛି।

ଏହି କ୍ରମରେ ଉକ୍ତ ବ୍ଲକ ସିମନବାଡ଼ି ପଞ୍ଚାୟତ ଲାରିବାଡ଼ି ଗ୍ରାମ ନିକଟ ସାଞ୍ଜାପାଟା ଭିୟୁ ପଏଣ୍ଟ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ସେଠାକାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କୁ ବହୁ ଆକୃଷ୍ଟ କରୁଥିବା ବେଳେ ସ୍ବର୍ଗ ଯେମିତି ଲୋକଙ୍କ ହାତକୁ ସ୍ବର୍ଶ କଲାଭଳି ମନେ ହେଉଛି। ଏବେ ପର୍ଯ୍ୟଟକଙ୍କ ନୂଆ ଠିକଣା ପାଲଟିଛି ଲାରିବାଡ଼ିର ସାଞ୍ଜାପାଟା ଭିୟୁ ପଏଣ୍ଟ। ତେବେ ଉକ୍ତ ପର୍ଯ୍ୟଟନକ୍ଷେତ୍ରରେ ପହଞ୍ଚିବା ପାଇଁ ସିମନବାଡ଼ିଠାରୁ ରାଇକିଆ ଯିବା ରାସ୍ତାରେ ସିମନବାଡ଼ିଠାରୁ ପାଞ୍ଚ କିମି ଯିବା ପରେ ଲାରିବାଡ଼ି ଗ୍ରାମକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ପକ୍କା ରାସ୍ତା ରହିଛି। ଲାରିବାଡ଼ି ପହଞ୍ଚିବା ପରେ ପ୍ରାୟ ଦେଢ଼ କିମି ଜଙ୍ଗଲ ରାସ୍ତାରେ ଯିବା ପରେ ଏହି ଭିୟୁ ଦେଖିବାକୁ ମିଳିବ। ବିଶେଷ କରି ଭୋର୍‌ ସମୟରୁ ସକାଳ ୯ଟା ମଧ୍ୟରେ କୁହୁଡ଼ି ଆଚ୍ଛାଦିତ ଦୃଶ୍ୟ ମେଘର ଭ୍ରମ ସୃଷ୍ଟି କରୁଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri