Posted inଖେଳ

ଆରସିବିର ନୂଆ କୋଚ୍‌

ବେଙ୍ଗାଲୁରୁ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସଞ୍ଜୟ ବାଙ୍ଗରଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିଛି। ପୂର୍ବରୁ ସେ ଦଳର ବ୍ୟାଟିଂ ପରାମର୍ଶଦାତା ଥିଲେ। ତାଙ୍କୁ ୨ ବର୍ଷ ପାଇଁ ଏହି ଦାୟିତ୍ୱ ଦିଆଯାଇଥିବା ଆରସିବି ଫ୍ରାଞ୍ଚାଇଜ୍‌ ପକ୍ଷରୁ ମଙ୍ଗଳବାର ପ୍ରକାଶ କରାଯାଇଛି। ପୂର୍ବରୁ ଅଷ୍ଟ୍ରେଲିଆର ସାଇମନ କାଟିଚ ଆରସିବିର ମୁଖ୍ୟ କୋଚ୍‌ ଥିଲେ। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦରୁ ଓହରି ଯିବାରୁ ଡାଇରେକ୍ଟର ଅଫ୍‌ କ୍ରିକେଟ ଅପରେଶନ୍ସ ଦାୟିତ୍ୱରେ ଥିବା ମାଇକ ହେସନଙ୍କୁ ଗତ ଆଇପିଏଲର ୟୁଏଇ ଚରଣ ପୂର୍ବରୁ ଅତିରିକ୍ତଭାବେ ମୁଖ୍ୟ କୋଚ୍‌ ଦାୟିତ୍ୱ ଦିଆଯାଇଥିଲା।

ବାଙ୍ଗର ୨୦୧୪ରୁ ୫ ବର୍ଷ ପର୍ଯ୍ୟନ୍ତ ଭାରତୀୟ ସିନିୟର କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ଥିଲେ। ୨୦୧୯ ବିଶ୍ୱକପ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱ ତୁଲାଇଥିଲେ। ତେଣୁ ତାଙ୍କଠାରେ ପ୍ରଚୁର ଅଭିଜ୍ଞତା ରହିଛି। ନୂଆ ଦାୟିତ୍ୱରେ ସ୍ବାଭାବିକଭାବେ ଖୁସି ପ୍ରକାଶ କରିଛନ୍ତି ସଞ୍ଜୟ। ”ମୁଁ ଦଳର କେତେକ ବିଶେଷ ଖେଳାଳି ଓ ସଦସ୍ୟଙ୍କ ସହ କାର୍ଯ୍ୟ କରି ଆସିଛି। ତେଣୁ ଦଳକୁ ଭିନ୍ନ ଏକ ସ୍ତରକୁ ନେବା ମୋର ଲକ୍ଷ୍ୟ। ଆଇପିଏଲ ମେଗା ଖେଳାଳି ନିଲାମ ପୂର୍ବରୁ ଅନେକ କାର୍ଯ୍ୟ କରିବାର ଅଛି। ମ୍ୟାନେଜମେଣ୍ଟ ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ମିଳିତ ସହଯୋଗରେ ଆମେ ଶ୍ରେଷ୍ଠ ପ୍ରଦର୍ଶନ ସହ ବିଶ୍ୱବ୍ୟାପୀ ଥିବା ଆମ ଦର୍ଶକଙ୍କୁ ଖୁସି କରିପାରିବୁ ବୋଲି ଆଶା ରହିଛି“ ବୋଲି ସେ ପ୍ରକାଶ କରିଛନ୍ତି। ୪୯ ବର୍ଷୀୟ ବାଙ୍ଗର ୨୦୦୧ରୁ ୨୦୦୪ ମଧ୍ୟରେ ଭାରତ ପକ୍ଷରୁ ୧୨ଟି ଟେଷ୍ଟ ଓ ୧୫ଟି ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri