ବଲିଉଡରେ ସଞ୍ଜୁ ବାବାଙ୍କ ୪୧ ବର୍ଷ

ମୁମ୍ବାଇ: ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ବଲିଉଡ୍‌ରେ ୪୧ ବର୍ଷ ପୂରଣ କରିଛନ୍ତି । ଦର୍ଶକଙ୍କୁ ଅନେକ ହିଟ୍ ମୁଭି ଭେଟି ଦେଇଥିବା ଏହି କାଳକାର ପରଦା ଉପରେ କେତେବେଳେ ହିରୋ ତ ପୁଣି କେତେବେଳେ ଖଳନାୟକ ଭାବେ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି । ଏହି ଅବସରରେ ଅଭିନେତା ଡେବ୍ୟୁ ମୁଭି ‘ରକି’ର ଫଟୋ ଶେୟାର କରି ଦର୍ଶକଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହାସହ ସେ ଲେଖିଛନ୍ତି ‘୪ ଦଶକ +୧ ସାଲ’ ଜୀବନ ସାରାର ଏକ ଯାତ୍ରା କହିଲେ ଚଳେ । ଆପଣମାନେ ମୋତେ ‘ରକି’ ରୂପରେ ଆଉ ଏବେ ‘ଅଧିରା’ ରୂପରେ ଯେଉଁ ଭଲପାଇବା ଦେଇଛନ୍ତି ସେଥିପାଇଁ ଆପଣମାନଙ୍କୁ ଧନ୍ୟବାଦ । ଆଶା କରୁଛି ଆଗାମୀ ଦିନରେ ମୋର ପ୍ରଶଂସକ ଓ ଶୁଭଚିନ୍ତକଙ୍କୁ ମୁଁ ମନୋରଞ୍ଜନ ଦେଇ ପାରିବି । ପ୍ରଶଂସକ ସଞ୍ଜୟଙ୍କ ଏହି ଫଟୋକୁ ଖୁବ୍ ପସନ୍ଦ କରୁଥିବା ବେଳେ ଅଭିନେତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ।
ସୂଚନାଯୋଗ୍ୟ, ନିକଟରେ ରିଲିଜ୍ ହୋଇଥିବା ମୁଭି ‘କେଜିଏଫ୍ ଚାପ୍ଟର ୨ରେ’ ସଞ୍ଜୟଙ୍କୁ ଦେଖିବାକୁ ମିଳିଥିଲା । ଯାହା ବକ୍ସ ଅଫିସରେ ଖୁବ୍ ଭଲ ବ୍ୟବସାୟ କରିଛି । ଏଥିରେ ସଞ୍ଜୟଙ୍କୁୁ ଦର୍ଶକେ ‘ଅଧିରା’ ଚରିତ୍ରରେ ଦେଖିଛନ୍ତି । ଆଉ ତାଙ୍କ ଅଭିନୟକୁ ଖୁବ୍ ପସନ୍ଦ କରିଛନ୍ତି । ଏହାପରେ ଖୁବଶୀଘ୍ର ସଞ୍ଜୟ ମୁଭି ‘ପୃଥ୍ୱିରାଜ’ରେ ନଜର ଆସିବେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ମାନୁଷି ଚ୍ଛିଲ୍ଲର, ଅକ୍ଷୟ କୁମାର, ସୋନୁ ସୁଦ ଆଦି ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri