୬୫ ବର୍ଷରେ ଚତୁର୍ଥ ବିବାହ କଲେ ସଞ୍ଜୟ ଦତ୍ତ? ଭାଇରାଲ ହେଉଛି…

ବମ୍ବେ: ବଲିଉଡର ‘ଖଳନାୟକ’ ସଞ୍ଜୟ ଦତ୍ତ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ନବରାତ୍ରୀ ଅବସରରେ ସେ ପୁଣିଥରେ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଭିଡିଓରେ ସଞ୍ଜୟ ଧୋତି କୁର୍ତ୍ତା ପିନ୍ଧିଛନ୍ତି। ଚତୁର୍ଥ ଥର ଲାଗି ୬୫ ବର୍ଷରେ ସେ ବିବାହ କରିଛନ୍ତି, ଯାହାକୁ ଦେଖି ପ୍ରଶଂସକ ଚକିତ ହୋଇଛନ୍ତି।

ସଞ୍ଜୟ ପ୍ରଥମେ ଋଚା ଶର୍ମାଙ୍କ ହାତ ଧରିଥିଲେ। ହେଲେ ୧୯୯୬ରେ ତାଙ୍କ ଦେହାନ୍ତ ହୋଇଯାଇଥିଲା। ଏହାର ୨ ବର୍ଷ ପରେ ସେ ମଡେଲ ରିୟା ପିଲ୍ଲାଇଙ୍କୁ ଜୀବନସାଥୀ କରିଥିଲେ। ୨୦୦୫ରେ ଉଭୟ ବାଟ ଅଲଗା କରି ନେଇଥିଲେ।
୨୦୦୮ରେ ସଞ୍ଜୟ ମାନ୍ୟତାଙ୍କୁ ତୃତୀୟ ବିବାହ କରିଥିଲେ। ଉଭୟଙ୍କ ଯମଜ ସନ୍ତାନ ଅଛନ୍ତି। ହେଲେ ହଠାତ ତାଙ୍କୁ ମାନ୍ୟତାଙ୍କ ସହ ବିବାହ କରୁଥିବା ଦେଖି ଏହା ପଛରେ କି କାରଣ ରହିଛି ତାହା ଜାଣିବାକୁ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଛି।

ସଞ୍ଜୟ ୧୬ ବର୍ଷ ପରେ ପୁଣିଥରେ ପତ୍ନୀ ମାନ୍ୟତାଙ୍କୁ ବିବାହ କରିଛନ୍ତି। ରିପୋର୍ଟ ମୁତାବକ ଅଭିନେତାଙ୍କ ଘର ରିନୋଭେଶନ ଶେଷ ହେବା ପରେ ପୂଜା ରଖାଯାଇଥିଲା। ଏହି ମଉକାରେ ପତ୍ନୀ ମାନ୍ୟତାଙ୍କ ସହ ସେ ଚତୁର୍ଥ ଥର ବିବାହ କରିଛନ୍ତି।

 

View this post on Instagram

 

A post shared by Bollywood Bubble (@bollywoodbubble)


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri