ସଞ୍ଜୟଙ୍କ ନୂଆ ଲୁକ୍ ଦେଖି ଖୁସି ହେଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ୍ ନାୟକ ସଞ୍ଜୟ ଦତ୍ତ ନିକଟରେ ଲଙ୍ଗସ୍ କ୍ୟାନସରରେ ପୀଡ଼ିତ ହେବା ଖବର ହଠାତ୍ ସମସ୍ତଙ୍କୁ ଚମକାଇ ଦେଇଥିଲା । ହେଲେ ଏହା ଜଣାପଡିବା ପରେ ସଞ୍ଜୟ ଏହାର ତୁରନ୍ତ ଚିକିତ୍ସା ଆରମ୍ଭ କରିଥିଲେ । ଏବେ ସଞ୍ଜୟ କିଛିଦିନର ବିରତି ନେଇ ଦୁବାଇ ଯାଇଥିବା ଜଣାପଡିଛି । ସେଠାରେ ତାଙ୍କର ଦୁଇ ପିଲା ରହୁଥିବା ବେଳେ ପତ୍ନୀ ମାନ୍ୟତା ମଧ୍ୟ ପିଲାମାନଙ୍କ ନିକଟରେ ଦୁବାଇରେ ରହୁଛନ୍ତି । ହେଲେ ସଞ୍ଜୟଙ୍କୁ କ୍ୟାନସର ହୋଇଥିବା ଜଣାପଡିବା ପରେ ମାନ୍ୟତା ପିଲାମାନଙ୍କୁ ଦୁବାଇରେ ଛାଡି ମୁମ୍ବାଇ ଚାଲି ଆସିଥିଲେ । ହେଲେ ଏବେ ସଞ୍ଜୟ ଦୁବାଇ ଯାଇ ପରିବାର ସହ କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି । ଏହାର କିଛି ଫଟୋ ମାନ୍ୟତା ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ କରିବା ପରେ ସଞ୍ଜୟ ଦୁବାଇରେ ଥିବା ଜଣାପଡିଛି । ଉକ୍ତ ଫଟୋରେ ସଞ୍ଜୟଙ୍କ ନୂଆ ଲୁକ୍ସ ବି ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । ବହୁଦିନ ଧରି ନିଶ ଦାଢି ରଖିଥିବା ସଞ୍ଜୟ ଏବେ କ୍ଲିନ ସେଭ୍‌ରେ ନଜର ଆସିଛନ୍ତି । କୁହାଯାଉଛି କି ସେପ୍ଟେମ୍ବର ୩୦ରେ ସେ କୋକିଳାବେନ୍ ହସ୍ପିଟାଲ ମୁମ୍ବାଇରେ ତାଙ୍କର ଚତୁର୍ଥ କେମୋ ନେବାକୁ ଥିବାରୁ ସେ ଖୁବ୍ ଶୀଘ୍ର ମୁମ୍ବାଇ ଫେରି ପାରନ୍ତି । ତାଙ୍କ ସହ ପତ୍ନୀ ମାନ୍ୟତା ମୁମ୍ବାଇ ଆସିବେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri