ପୂର୍ବତନ ପାକିସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ସଞ୍ଜୟ: ସାକ୍ଷାତକାରକୁ ନେଇ ଉଠିଲା ପ୍ରଶ୍ନ

ଆବୁ ଧାବି,୧୭।୩: ୨୦୧୬ରେ ହୋଇଥିବା ଉରି ଆକ୍ରମଣ ପରେ ଭାରତ ଓ ପାକିସ୍ଥାନ ମଧ୍ୟରେ ପୂର୍ବ ଭଳି ଆଉ ସମ୍ପର୍କ ନାହିଁ। ୨ଦେଶ ମଧ୍ୟରେ ତିକ୍ତତା ଜାରି ରହିଛି। ସେହିଦିନଠାରୁ ଭାରତରେ ପାକିସ୍ତାନୀ କଳାକାରମାନଙ୍କୁ ବାରଣ କରାଯିବା ସହ ପାକିସ୍ତାନ କଳାକାରଙ୍କ ସହ କାମ କରିବାକୁ ଶକ୍ତ ମନା କରାଯାଇଛି। ଦୁଇ ଦେଶ ମଧ୍ୟରେ ଜାରି ରହିଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କୁ ବଲିଉଡ୍‌ର ଖଳନାୟକ ସଞ୍ଜୟ ଦତ୍ତ ଭେଟିଛନ୍ତି। ସଞ୍ଜୟ ଦତ୍ତଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ପରଭେଜ ମୁଶରଫଙ୍କୁ ଭେଟିଥିବା ଦେଖିବାକୁ ମିଳିଛି। ଦୁହିଁଙ୍କର ଏହି ସାକ୍ଷାତ ଦୁବାଇରେ ହୋଇଥିବା ଜଣାପଡ଼ିଛି। କିନ୍ତୁ ଏହି ଭାଇରାଲ ଫଟୋକୁ ଦେଖିବା ପରେ ସଞ୍ଜୟ ଓ ମୁଶରଫଙ୍କୁ ଜିମ୍‌ରେ ସାକ୍ଷାତକାର କରିଥିଲେ ବୋଲି ଅନେକ ବ୍ୟକ୍ତି କହୁଥିବା ବେଳେ ଆଉ କିଛି ଲୋକ ଏହାକୁ ହଠାତ୍‌ ସାକ୍ଷାତକାର ବୋଲି କହୁଛନ୍ତି। ସୂଚନାଯୋଗ୍ୟ, ପୂର୍ବତନ ପାକିସ୍ତାନ ରାଷ୍ଟ୍ରପତି ପରଭେଜ ମୁଶରଫ ଦୁବାଇରେ ବାସ କରୁଛନ୍ତି। ଉକ୍ତ ଫଟୋରେ ମୁଶରଫ ଏକ ହ୍ବିଲ୍‌ ଚେୟାରରେ ବସିଥିବା ବେଳେ ତାଙ୍କ ସଙ୍ଗେ ସଞ୍ଜୟ କଥା ହେଉଥିବାର ନଜର ଆସିଛନ୍ତି। ଏହି ଫଟୋକୁ ଦେଖିବା ପରେ ଅନେକ ଲୋକ ମୁଶରଫଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁଆରେଗ୍ୟ କାମନା କରିଛନ୍ତି। ଅନ୍ୟପଟେ ଏହି ସାକ୍ଷାତକାରକୁ ଅନେକ ଲୋକ ପସନ୍ଦ ମଧ୍ୟ କରିନାହାନ୍ତି। ସଞ୍ଜୟଙ୍କ ସହ ମୁଶରଫଙ୍କ ଏହି ସାକ୍ଷାତକାର ଉପରେ ଏବେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri