ରାଜନୀତିରେ ଯୋଗଦେବେନି ସଞ୍ଜୟ ଦତ୍ତ

ମୁମ୍ବାଇ: ନିକଟରେ ରାଜନୀତିରେ ଯୋଗ ଦେଉ ନାହାନ୍ତି ବୋଲି ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ସୋମବାର ନିଜ ଏକ୍ସ’ ଆକାଉଣ୍ଟରେ ପୋଷ୍ଟ କରି ସ୍ପଷ୍ଟ କରିଛନ୍ତି। ଏହାସହ ଚଳିତ ଲୋକ ସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି କରାଯାଉଥିବା ବିଭିନ୍ନ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜନୀତିରେ ଯୋଗଦେଇ ସେ ଚଳିତ ଲୋକ ସଭା ନିର୍ବାଚନ ଲଢ଼ିବେ ବୋଲି ପୂର୍ବରୁ ପ୍ରକାଶ ପାଇଥିବା ବିଭିନ୍ନ ମିଡିଆ ରିପୋର୍ଟକୁ ସଞ୍ଜୟ ମିଥ୍ୟା ଦର୍ଶାଇଛନ୍ତି। ସେହିପରି ସୋସିଆଲ ମିଡିଆରେ ତାଙ୍କୁ କେନ୍ଦ୍ର କରି ଚାଲିଥିବା କୌଣସି ଗୁଜବକୁ ବିଶ୍ୱାସ ନ କରିବାକୁ ସେ ତାଙ୍କ ପ୍ରଶଂସକ ଓ ଫଲୋଅର୍ସମାନଙ୍କୁ ଅନୁରୋଧ କରିଛନ୍ତି। ଯଦି ଭବିଷ୍ୟତରେ ସେ ରାଜନୀତିରେ ପ୍ରବେଶ କରିବେ, ତେବେ ଏନେଇ ସେ ଖୋଦ୍‌ ଘୋଷଣା କରି ସମସ୍ତଙ୍କୁ ଜଣାଇବେ ବୋଲି ସଞ୍ଜୟ କହିଛନ୍ତି। ସଞ୍ଜୟ ଦତ୍ତଙ୍କ ସ୍ବର୍ଗତ ପିତା ସୁନୀଲ ଦତ୍ତ କଂଗ୍ରେସର ବରିଷ୍ଠ ନେତା ହୋଇଥିବା ବେଳେ ସେ ୨୦୦୪ରୁ ୨୦୦୫ ପର୍ଯ୍ୟନ୍ତ ମନ୍‌ମୋହନ ସିଂଙ୍କ ସରକାରରେ ମନ୍ତ୍ରୀଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେହିପରି ସଞ୍ଜୟଙ୍କ ଭଉଣୀ ପ୍ରିୟା ଦତ୍ତ ପୂର୍ବରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଛନ୍ତି। ହରିୟାଣାର କର୍ନାଲ ଆସନରେ ଭାଜପା ବିରୋଧରେ କଂଗ୍ରେସ ଏକ ଶକ୍ତିଶାଳୀ ପ୍ରାର୍ଥୀ ଦେବାକୁ ଚିନ୍ତା କରୁଥିବା ନେଇ ବିଭିନ୍ନ ମିଡିଆରେ ରିପୋର୍ଟ ପ୍ରକାଶ ପାଇଥିଲା। ଏହାକୁ ନେଇ ସଞ୍ଜୟଙ୍କ ନାମ ଚର୍ଚ୍ଚାର ପରିସରକୁ ଆସିଥିଲା। ତେବେ ବର୍ତ୍ତମାନ ଅଭିନେତା ଜଣକ ଏପରି ସମସ୍ତ ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ତେବେ ସଞ୍ଜୟ ରାଜନୀତିରେ ପ୍ରବେଶ କରିବା ନେଇ ଗୁଜବ ପ୍ରଥମ ଥର ପାଇଁ ଘଟିନାହିଁ। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ମଧ୍ୟ ତାଙ୍କ ନାମରେ ହୋଇଥିବା ଏପରି ଗୁଜବକୁ ସେ ଖାରଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri