Posted inଜାତୀୟ

ସଞ୍ଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୪।୬: ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ବିଧାନର ଅନୁଚ୍ଛେଦ ୨୧୭ ଅନ୍ତର୍ଗତ ଧାରା ୧ର କ୍ଷମତା ବଳରେ ଏହି ନିଯୁକ୍ତି ଦେଇଛନ୍ତି। ଓଡ଼ିଶା ସମେତ ପାଟନା ଏବଂ ରାଜସ୍ଥାନ ହାଇକୋର୍ଟର ୫ ବିଚାରପତିଙ୍କ ନିଯୁକ୍ତି ସମ୍ପର୍କରେ କେନ୍ଦ୍ର ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୪ ଜଣ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ପଦୋନ୍ନତି ଦେବା ପ୍ରସ୍ତାବକୁ ଗତ ଜାନୁୟାରୀରେ ସୁପ୍ରିମକୋର୍ଟ କଲେଜିୟମ ଗ୍ରହଣ କରିଥିଲେ। ୧୯୯୦ରେ ଏମ୍‌.ଏସ୍‌. ଲ’ କଲେଜରୁ ଏଲ୍‌ଏଲ୍‌ବି ପାସ୍‌ କରିବା ପରେ ସଞ୍ଜୟ ଜଣେ ଆଇନଜୀବୀ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଓଡ଼ିଶା ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri