Posted inଜାତୀୟ

ଭାଜପା ଭୁଲ ନ ସୁଧାରିଲେ ୨୦୨୨ରେ ଭୋଗିବାକୁ ପଡିବ ପରିଣତି

ଲକ୍ଷ୍ନୌ,୮ ।୭: ମୋଦି ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇସାରିଛି । ଏଥିରେ ଉତ୍ତର ପ୍ରଦେଶର ୭ଜଣ ଏମ୍‌ପିଙ୍କୁ ମନ୍ତ୍ରୀ ପଦ ମିଳିଛି । ହେଲେ ନିଷାଦ ଦଳର ଅଧ୍ୟକ୍ଷ ସଞ୍ଜୟ ନିଷାଦଙ୍କ ପୁଅ ତଥା ସନ୍ଥକବିରନଗରର ଏମ୍‌ପି ପ୍ରବିଣ ନିଷାଦଙ୍କୁ ମନ୍ତ୍ରୀପଦ ନ ମିଳିବା ନେଇ ସଞ୍ଜୟ ନିଷାଦ ଅସନ୍ତୁଷ୍ଟ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ପ୍ରବିଣ ମୋ ପୁଅ ନିଶ୍ଚିତ ଭାବେ ହେଲେ ସେ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି । ପ୍ରବିଣଙ୍କ ଲୋକପ୍ରିୟତାକୁ ଦେଖି ତାଙ୍କୁ ମନ୍ତ୍ରୀମଣ୍ଡଳରେ ନିଶ୍ଚିତ ଭାବେ ସ୍ଥାନ ଦେବାର ଥିଲା । ସେ କହିଛନ୍ତି କିଛିମାତ୍ର ଆସନରେ ନିଜର ପ୍ରଭାବ ରଖିଥିବା ଅନୁପ୍ରିୟା ପଟେଲଙ୍କୁ ଯଦି ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଲା ତେବେ ୧୬୦ ଆସନରେ ପ୍ରଭାବ ରଖିଥିବା ପ୍ରବିଣଙ୍କୁ ମଧ୍ୟ ସୁଯୋଗ ଦେବା ଦରକାର । ଏହା ପୂର୍ବରୁ ହିଁ ନିଷାଦ ସମାଜ ଭାଜପାଠାରୁ ସମ୍ପର୍କ କାଟୁଥିବା ଲକ୍ଷ୍ୟ କରାଯାଉଛି । ଯଦି ଆଗକୁ ଭାଜପା ତା’ର ଭୁଲ ନ ସୁଧାରେ ତେବେ ୨୦୨୨ ନିର୍ବାଚନରେ ଏହାର ପରିଣତି ଭୋଗିବାକୁ ପଡିପାରେ । ସଞ୍ଜୟ ଆହୁରି ମଧ୍ୟ କହିଛନ୍ତି ଏବେତ ଆମେ ଭାଜପା ସହ ଅଛୁ । ହେଲେ ଭବିଷ୍ୟତରେ ଯଦି ଭାଜପା ଆମକୁ ଅଣଦେଖା କରେ ତେବେ ଆମ ରାଜନୀତି କଥା ଆମେ ଚିନ୍ତା କରିବୁ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?