Posted inଜାତୀୟ

ଭାଜପା ସହ ମେହେବୁବାଙ୍କର ରହିଛି ଭଲ ସମ୍ପର୍କ: ଶିବସେନା

ମୁମ୍ବାଇ,୨୭ ।୩: ମହାରାଷ୍ଟ ରାଜନୀତିରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମୁହାଁମୁହିଁ ହୋଇଛନ୍ତି । ଶିବସେନା ନେତା ସଞ୍ଜୟ ରାଉତ ପୁଣିଥରେ ଭାଜପାକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ମେହେବୁବା ମୁଫତିଙ୍କ ଦଳ ସହ ଭାଜପାର ଭଲ ସମ୍ପର୍କ ରହିଛି । ଉଭୟ ଭଲ ବନ୍ଧୁ । ତାଙ୍କ ଦଳସହ ମିଶି ଭାଜପା ସରକାର ଗଠନ କରିଥିଲା । ତାଙ୍କ ଦଳ ସବୁବେଳେ ପାକିସ୍ତାନର ସମର୍ଥକ ରହି ଆସିଛି । ଏହାପରେ ବି ଭାଜପା ସେହି ଦଳ ସହ ମିଶି ସରକାର ଗଠନ କରିଥିଲା । ଏବେ ମେହେବୁବା ଯାହା କହୁଛନ୍ତି ସେଥିପାଇଁ ଭାଜପା ଦାୟୀ ବୋଲି ସଞ୍ଜୟ କହିଛନ୍ତି ।
ସଞ୍ଜୟଙ୍କ ବୟାନକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ବୟାନ ସହ ଯୋଡା ଯାଇଛି । ଯେଉଁଥିରେ ଫଡନବିଶ ହିନ୍ଦୁତ୍ୱକୁ ନେଇ ଶିବସେନାକୁ ପ୍ରଶ୍ନ କରିଥିଲେ । ଫଡନବିଶ କହିଥିଲେ ଏବେ ଗେରୁଆର ଦାୟିତ୍ୱ କେବଳ ଭାଜପାର । ଆମେ ଦେଖିବୁ ଅନ୍ୟମାନେ କ’ଣ କରୁଛନ୍ତି । ଶିବସେନାର ହିନ୍ଦୁତ୍ୱ ପୂର୍ବଭଳି ନାହିଁ । ଶିବସେନାର ହିନ୍ଦୁତ୍ୱ ଏବେ କୁଟିଳ ହିନ୍ଦୁତ୍ୱ ହୋଇଯାଇଛି, ସେ ଆମକୁ ହିନ୍ଦୁତ୍ୱ ନ ଶିଖାଉ ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri