Posted inଜାତୀୟ

ଭାରତ ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହ ତୁଳନା କଲେ ସଞ୍ଜୟ ରାଉତ

ମୁମ୍ବାଇ,୨୨।୮: ଭାରତ ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହ ତୁଳନା କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ରବିବାର ପାର୍ଟି ମୁଖପତ୍ର ସାମ୍‌ନାରେ ପ୍ରକାଶିତ ତାଙ୍କ ସାପ୍ତାହିକ ସ୍ତମ୍ଭ ‘ରୋକଟୋକ’ରେ ରାଉତ କହିଛନ୍ତି ଯେ, ଏହି ଘଟଣା ଦେଶର ସାର୍ବଭୌମତ୍ୱ ଏବଂ ଅସ୍ତିତ୍ୱର ବିନାଶର ଯନ୍ତ୍ରଣାକୁ ସ୍ମରଣ କରାଉଛି। ଯଦି ନାଥୁରାମ ଗଡସେ ମହାତ୍ମା ଗାନ୍ଧୀଙ୍କ ବଦଳରେ ପାକିସ୍ତାନର ମହମ୍ମଦ ଅଲ୍ଲୀ ଜିନ୍ନାଙ୍କୁ ହତ୍ୟା କରିଥାନ୍ତେ, ତେବେ ବିଭାଜନକୁ ରୋକାଯାଇ ପାରିଥାନ୍ତା ଏବଂ ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବରେ ପାଳନ କରିବାର କୌଣସି ଆବଶ୍ୟକତା ନ ଥାନ୍ତା। ଆଫଗାନିସ୍ତାନର ପରିସ୍ଥିତି ମୋତେ ଦେଶର ଅସ୍ତିତ୍ୱ ଏବଂ ସାବଭୌମତ୍ୱର ବିନାଶ ବିଷୟରେ ମନେ ପକାଇ ଦେଉଛି ବୋଲି ସେ କହିଛନ୍ତି।
ରାଉତ ଭାରତର ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହିତ ତୁଳନା କରି କହିଛନ୍ତି ଯେ, ଆଫଗାନିସ୍ତାନ ସୈନିକମାନେ ସେଠାରୁ ପଳାୟନ କରିଛନ୍ତି। ଅଲଗା ହୋଇଥିବା ଅଂଶକୁ ଫେରାଇ ନିଆ ନ ଗଲେ ବିଭାଜନର ଯନ୍ତ୍ରଣା ଭୁଲିପାରିବ ନାହିଁ। ଆମେ ବିଶ୍ୱାସ କରୁ ଯେ ଅଖଣ୍ଡ ଭାରତ ରହିବା ଉଚିତ, କିନ୍ତୁ ଏହା ସମ୍ଭବ ହେବ ନାହିଁ। କିନ୍ତୁ ସାରା ବିଶ୍ୱ ଆଶା ଉପରେ ବଞ୍ଚେ। ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଖଣ୍ଡ ହିନ୍ଦୁସ୍ତାନ ଚାହୁଁଛନ୍ତି ତେବେ ତାଙ୍କୁ ସ୍ବାଗତ ବୋଲି ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri