Posted inଜାତୀୟ

ମହାରାଷ୍ଟ୍ର ନିର୍ବାଚନ ଉପରେ ସଞ୍ଜୟ ରାଉତଙ୍କ ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କହିଦେଲେ ଏମିତି…

ମୁମ୍ବାଇ,୫।୯: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ମହାବିକାଶ ଅଗାଡି (ଏମ୍‌ଭିଏ)ରେ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ବିବାଦ ଲାଗି ରହିଛି। ଏହି ସମୟରେ ଉଦ୍ଧବ ଠାକରେଙ୍କ ଶିବସେନା (ୟୁବିଟି) ମଧ୍ୟ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି।

ଶିବସେନା (ୟୁବିଟି) ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି ଯେ, ଲୋକମାନେ ସେମାନଙ୍କ ମନରେ ଥିବା ଚେହେରାକୁ ମୁଖ୍ୟମନ୍ତ୍ରୀ ଭାବରେ ବାଛିବେ। ପାୱାର ସାହେବ ଯାହା କହିଛନ୍ତି ତାହା ସମ୍ପୂର୍ଣ୍ଣ ସଠିକ୍‌। କିଏ କେତେ ଆସନରେ ଜିତୁଛି ପରେ ସ୍ଥିର ହେବ କିନ୍ତୁ ଏହା ନିଶ୍ଚିତ ଯେ ଏମ୍‌ଭିଏ ସଂଖ୍ୟାଗରିଷ୍ଠତା ହାସଲ କରୁଛି । ଆମର ପ୍ରଥମ କାର୍ଯ୍ୟ ହେଉଛି ଦୁର୍ନୀତିଗ୍ରସ୍ତ ସରକାର ହଟାଇବା। ଏହା ପରେ ଆମେ ଯେକୌଣସି ସମୟରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା ଉପରେ ଆଲୋଚନା କରିପାରିବା।

ପ୍ରକୃତରେ, ବୁଧବାର ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି, ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଅଗାଡି (ଏମ୍‌ଭିଏ)କୁ ମୁଖ୍ୟମନ୍ତ୍ରୀ ପଦ ଚେହେରା ଘୋଷଣା କରିବାର କୌଣସି ଆବଶ୍ୟକତା ନାହିଁ।

ପାୱାର କହିଛନ୍ତି , ନିର୍ବାଚନ ଫଳାଫଳ ପରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ନିଷ୍ପତ୍ତି ନିଆଯିବ। ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲ ମଧ୍ୟ ତାଙ୍କ ବିବୃତ୍ତିକୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri