Posted inଜାତୀୟ

ଠାକ୍‌ରେ ଭ୍ରାତା ଏକାଠି ହେବା ଚର୍ଚ୍ଚାକୁ ସଞ୍ଜୟ ରାଉତଙ୍କ ଖଣ୍ଡନ

ମୁମ୍ବାଇ,୨୦।୪: ପରସ୍ପରଠାରୁ ଦୂରେଇ ଯାଇଥିବା ଉଦ୍ଧବ ଠାକ୍‌ରେ ଏବଂ ରାଜ୍‌ ଠାକ୍‌ରେ ଏକାଠି ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ ଶିବସେନା (ୟୁବିଟି) ଏମ୍‌ପି ସଞ୍ଜୟ ରାଉତ ଏହାକୁ ଖଣ୍ଡନ କରିଛନ୍ତି। ୨ ଭାଇଙ୍କ ମଧ୍ୟରେ କେବଳ ଏକ ଭାବନାତ୍ମକ କଥାବାର୍ତ୍ତା ହୋଇଛି, ମେଣ୍ଟକୁ ନେଇ କୌଣସି ଆଲୋଚନା ହୋଇନାହିଁ ବୋଲି ସଞ୍ଜୟ ଗଣମାଧ୍ୟମକୁ ସ୍ପଷ୍ଟ କରିଦେଇଛନ୍ତି। ତେବେ ଦୁଇ ନେତା ରାଜନୈତିକ ଦୃଷ୍ଟିରୁ ପରସ୍ପର ସହ ହାତ ମିଳାଇବା ସମ୍ଭାବନାକୁ ସେ ସମ୍ପୂର୍ଣ୍ଣ ଏଡ଼ାଇଯାଇ ନାହାନ୍ତି। ଭବିଷ୍ୟତ ମେଣ୍ଟ ଆଲୋଚନା ଦାୟିତ୍ୱ ସେ ଦୁଇ ଭାଇଙ୍କ ଉପରେ ଛାଡ଼ିଛନ୍ତି। ସୂଚନାଯୋଗ୍ୟ, ହିନ୍ଦୀ ବାଧ୍ୟତାମୂଳକ ଭାଷାକୁ ନେଇ ମହାରାଷ୍ଟ୍ରରେ ବିବାଦ ଦେଖାଦେଇଥିବାବେଳେ ରାଜ୍ୟର ସ୍ବାର୍ଥ ପାଇଁ ବ୍ୟକ୍ତିଗତ ବିବାଦକୁ ଭୁଲିଯିବା ଆବଶ୍ୟକ ବୋଲି ଉଦ୍ଧବ ଓ ରାଜ୍‌ ଶନିବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri