Posted inଜାତୀୟ

ସୁପ୍ରିମକୋର୍ଟଙ୍କ ରାୟ ପୂର୍ବରୁ ଶିନ୍ଦେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ

ମୁମ୍ବାଇ,୧୧।୫: ମହାରାଷ୍ଟ୍ରରେ ଶାସନ କ୍ଷମତା ସଂଘର୍ଷ ମାମଲାରେ ସୁପ୍ରିମକୋର୍ଟଙ୍କ ସୁରକ୍ଷିତ ରାୟର ଗୁରୁବାର ଶୁଣାଣି କରାଯିବ। ଏସବୁ ମଧ୍ୟରେ ଉଦ୍ଧବ ଠାକରେ ଗ୍ରୁପର ନେତା ସଞ୍ଜୟ ରାଉତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯଦି ଗୁରୁବାର ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସମେତ ୧୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରି ଦିଆଯାଏ ତେବେ ଦେଶଦ୍ରୋହୀଙ୍କ ଦଳର ଶେଷ ହୋଇଯିବ।

ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ଚଳିତ ବର୍ଷ ମାର୍ଚ୍ଚରେ ଉଦ୍ଧବ ଠାକରେ ଏବଂ ରାଜବୈତିକସଙ୍କଟ ସହ ଜଡିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଆବେଦନ ଉପରେ ରାୟ ସଂରକ୍ଷିତ ରଖିଥିଲେ। ଏଥିରେ ୧୬ ଶିବସେନା ବିଧାୟକ (ଶିନ୍ଦେ ଦଳ)ଙ୍କ ଅଯୋଗ୍ୟତା ପାଇଁ ଏକ ଦାବି ମଧ୍ୟ ଅନ୍ତର୍ଭୁକ୍ତ ହୋଇଥିଲା ଯେଉଁମାନେ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ବିଦ୍ରୋହ କରିଥିଲେ।

ଗତ ବର୍ଷ ଜୁନରେ ଏକନାଥ ଶିନ୍ଦେ ଶିବସେନାରେ ବିଦ୍ରୋହ କରିଥିଲେ, ଯାହାଦ୍ୱାରା ଉଦ୍ଧବ ଠାକରେଙ୍କ ପାର୍ଟିରେ ବିଭାଜନ ହୋଇଥିଲା। ଫଳ ସ୍ବରୂପ ମହାବିକାଶ ଆଘାଡି ସରକାର ଭାଙ୍ଗି ଯାଇଥିଲା ଏବଂ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ମହାବିକାଶ ଅଘାଡି ସରକାର ତତ୍କାଳୀନ ଶିବସେନା, ଏନସିପି ଏବଂ କଂଗ୍ରେସ ଦ୍ୱାରା ପରିଚାଳିତ ହେଉଥିଲେ। ପରେ ଏକନାଥ ଶିନ୍ଦେ ବିଜେପି ସହ ମେଣ୍ଟ କରି ସରକାର ଗଠନ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri