Posted inଜାତୀୟ

ଗୋଆ ନିର୍ବାଚନ: ୧୦-୧୫ ଆସନରେ ନିର୍ବାଚନ ଲଢିବ ଶିବସେନା, ଏନ୍‌ସିପି ସହ କରିବ ମେଣ୍ଟ

ମୁମ୍ବାଇ,୧୬ ।୧: ଗୋଆ ବିଧାନସଭା ନିର୍ବାଚନରେ ଶିବସେନା ଓ ଏନ୍‌ସିପି ଏକାଠି ମିଶି ନିର୍ବାଚନ ଲଢିବେ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ୧୮ ଜାନୁୟାରୀରେ ଆସନ ବୁଝାମଣାକୁ ନେଇ ଚର୍ଚ୍ଚା କରାଯିବ । ଗୋଆରେ ଶିବସେନା ୧୦-୧୫ ଆସନରେ ନିର୍ବାଚନ ଲଢିବ ବୋଲି କହିଛନ୍ତି ମହାରାଷ୍ଟ୍ରର ଶିବସେନା ଏମ୍‌ପି ସଞ୍ଜୟ ରାଉତ । ଏନ୍‌ସିପିର ବରିଷ୍ଠ ନେତା ପ୍ରଫୁଲ୍ଲ ପଟେଲ ୧୮ ଜାନୁୟାରୀରେ ଗୋଆର ଆସନ ବୁଝାମଣାକୁ ନେଇ ଚର୍ଚ୍ଚା କରିବେ । ଏହାପରେ କିଏ କେଉଁ ଆସନରେ ଓ କେତୋଟି ଆସନରେ ଲଢିବେ ତାହା ସ୍ପଷ୍ଟ କରିବେ । ଅନ୍ୟପଟେ ଗୋଆରେ କଂଗ୍ରେସ ଏକେଲା ନିର୍ବାଚନ ଲଢିବ ବୋଲି ଜଣାପଡିଛି । ଶିବସେନା ନେତା ସଞ୍ଜୟ ରାଉତ ଟିଏମ୍‌ସି ଓ ଆମ ଆଦମୀ ପାର୍ଟି ଉପରେ ବର୍ଷିଛନ୍ତି । ସଞ୍ଜୟ ଟାର୍ଗେଟ କରି କହିଛନ୍ତି ଯେ, ଗୋଆରେ ଟିଏମ୍‌ସି ଆପଣାଛାଏଁ ମୁଖ୍ୟମନ୍ତ୍ରୀ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?