Posted inଜାତୀୟ

ଜଜଙ୍କ ସାମ୍ନାରେ ଚମକାଇବା ଭଳି କଥା କହିଲେ ସଞ୍ଜୟ, ଏହି ମାମଲାରେ ଜଣେ ଆଇପିଏସ୍‌ ସମ୍ପୃକ୍ତ…

କୋଲକାତା,୧୮।୧: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦା କୋର୍ଟ ସଞ୍ଜୟ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, କୋର୍ଟ କହିଛନ୍ତି ଯେ ଏହି ମାମଲାରେ ଦଣ୍ଡ ସୋମବାର (୨୦ ଜାନୁଆରୀ, ୨୦୨୫)ରେ ଘୋଷଣା କରାଯିବ।
ଏହି ମାମଲାର ଶୁଣାଣି ସମୟରେ ଦୋଷୀ ସାବ୍ୟସ୍ତ ହୋଇଥିବା ସଞ୍ଜୟ ରାୟ କହିଥିଲେ ଯେ ସେ ନିର୍ଦ୍ଦୋଷ। ସେ ବିଚାରପତିଙ୍କୁ କହିଲେ, ‘ମୋତେ ଏକ ମିଥ୍ୟା ମାମଲାରେ ଫସାଇ ଦିଆଯାଇଛି। ମୁଁ ଏହା କରିନାହିଁ। ଯେଉଁମାନେ ଏହା କରିଛନ୍ତି ସେମାନଙ୍କୁ ଛାଡି ଦିଆଯାଉଛି। ଏଥିରେ ଜଣେ ଆଇପିଏସ ଅଧିକାରୀ ସମ୍ପୃକ୍ତ ଅଛନ୍ତି।’ ସଞ୍ଜୟ ରାୟ କହିଥିଲେ, ‘ମୁଁ ସବୁବେଳେ ମୋ ବେକରେ ରୁଦ୍ରାକ୍ଷ ଚେନ ପିନ୍ଧେ। ଯଦି ମୁଁ କୌଣସି ଅପରାଧ କରିଥାଆନ୍ତି, ତେବେ ଘଟଣାସ୍ଥଳରେ ମୋର ଚେନ ଚିଣ୍ଡି ଯାଇଥାନ୍ତା। ମୁଁ ଏହି ଅପରାଧ କରିପାରିବି ନାହିଁ।
କୋର୍ଟ କହିଛନ୍ତି ଯେ ଅଭିଯୁକ୍ତଙ୍କ ବିରୁଦ୍ଧରେ ବିଏନଏସ ଧାରା ୬୪,୬୬, ୧୦୩/୧ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସେ ଆରି କର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଯାଇଥିଲେ ଏବଂ ସେମିନାର ରୁମକୁ ଯାଇ ସେଠାରେ ବିଶ୍ରାମ ନେଉଥିବା ମହିଳା ଡାକ୍ତରଙ୍କୁ ଆକ୍ରମଣ କରି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri