Posted inଜାତୀୟ

ମୁଖତାର ଅନସାରୀଙ୍କ ସହଯୋଗୀ ଗ୍ୟାଙ୍ଗଷ୍ଟର ସଞ୍ଜୀବ ଜୀଭାଙ୍କୁ କୋର୍ଟ ପରିସରରେ ଗୁଳିକରି ହତ୍ୟା

ଲକ୍ଷ୍ମୌ,୭।୬:ପୁଣି ଥରେ ଥରି ଉଠିଛି ଉତ୍ତର ପ୍ରଦେଶ। ଗ୍ୟାଙ୍ଗଷ୍ଟରଙ୍କ ଖୋଲାଖୋଲି ରାଜ ଚାଲୁଥିବା ଉତ୍ତର ପ୍ରଦେଶରେ ଆଉ ଜଣେ ଗ୍ୟାଙ୍ଗଷ୍ଟାର୍‌ଙ୍କୁ ହତ୍ୟା କରାଯାଇଛି। କୁଖ୍ୟାତ ଗ୍ୟାଙ୍ଗଷ୍ଟର ଏବଂ ରାଜନେତା ମୁଖତାର ଅନସାରୀଙ୍କ ଘନିଷ୍ଠ ସହଯୋଗୀ ସଞ୍ଜୀବ ଜୀଭାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଲକ୍ଷ୍ମୌ କୋର୍ଟ ପରିସରରେ ଏଭଳି ହତ୍ୟାକାଣ୍ଡ ଘଟିଛି।

ସଞ୍ଜୀବ ହେଉଛନ୍ତି ଉତ୍ତର ପ୍ରଦେଶର  ଅନ୍ୟତମ କୁଖ୍ୟାତ ଗ୍ୟାଙ୍ଗଷ୍ଟର। ଭାଜପା ନେତା ବ୍ରହ୍ମଦତ୍ତ ଦ୍ୱିବେଦୀଙ୍କ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତି ଥିଲେ ସଞ୍ଜୀବ। ତେବେ ବୁଧବାର ତାଙ୍କୁ ଏକ ମାମଲାର ଶୁଣାଣି ପାଇଁ ଲକ୍ଷ୍ନୌ କୋର୍ଟ ନିଆଯାଇଥିଲା।  ଏହି ସମୟରେ ତାଙ୍କ ହତ୍ୟାକାରୀମାନେ ଓକିଲ ବେଶ ପରିଧାନ କରି କୋର୍ଟ ନିକଟକୁ ଆସିଥିଲେ। କୋର୍ଟ ପରିସରରେ ସେମାନେ ସଞ୍ଜୀବଙ୍କୁ ଗୁଳିମାଡ କରିଥିଲେ। ତେବେ ଘଟଣାସ୍ଥଳରେ ସଞ୍ଜୀବଙ୍କ ମୃତ୍ୟୁ ଘଟିଥିଲା। ଗୁଳି କରିବା ପରେ ଧରା ପଡିବା ଭୟରେ ହତ୍ୟାକାରୀମାନେ ଫେରାର୍‌ ହୋଇଯାଇଥିଲେ। ଏହି ଗୁଳି ବିନିମୟରେ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଅନୁଯାୟୀ, ଜୋନପୁରର ବାସିନ୍ଦା ବିଜୟ ଯାଦବ ନାମକ ଜଣେ ସୁଟରଙ୍କୁ ପୋଲିସ ଗିରଫ କରିଛି।

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ହତ୍ୟା ହେଉଛି କି ନାହିଁ ତାହା ନୁହେଁ ବରଂ ପୋଲିସ ହେପାଜତରେ ହତ୍ୟା ଘଟୁଛି କି ବୋଲି ପ୍ରଶ୍ନ କରିଛନ୍ତି। ସରକାର  ଆଇନ ଶୃଙ୍ଖଳା ବ୍ୟବସ୍ଥାରେ ନଜର ରଖୁ ନାହାନ୍ତିି। ୟୁପିରେ କାର୍ଯ୍ୟରତ ଡିଜିପିଙ୍କ ଉପସ୍ଥିତିକୁ ନେଇ ମଧ୍ୟ ସେ ୟୁପି ସରକାରଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri