ବିଜେଡି ଛାଡ଼ିଲେ ସଞ୍ଜୀବ

ଅନୁଗୋଳ ଅଫିସ,୪।୧୧: ଓଡ଼ିଶା ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିବା ଓ ଏକାଧିକଥର ମନ୍ତ୍ରୀ ପଦ ପାଇଥିବା ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୀବ କୁମାର ସାହୁ ବୁଧବାର ବିଜେଡି ସହ ସମ୍ପର୍କ ଛିନ୍ନ କରିଛନ୍ତି। ଅନୁଗୋଳଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ଦେଇଛନ୍ତି। ତେବେ ବ୍ୟକ୍ତିଗତ କାରଣ ପାଇଁ ଦଳ ଛାଡ଼ିଥିବା ସାହୁ ଖବରଦାତାମାନଙ୍କୁ କହିଛନ୍ତି।
ଶିକ୍ଷକତାରୁ ରାଜନୀତିକୁ ଆସିଥିବା ସଞ୍ଜୀବ ୧୯୮୪-୮୫ରେ ପ୍ରଥମେ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୩ରେ ବିଜେଡି ଟିକେଟ୍‌ରେ ସେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିର୍ବାଚନମଣ୍ଡଳୀର ଉପନିର୍ବାଚନରେ ବିଧାୟକ ଭାବେ ବିଜୟୀ ହୋଇଥିଲେ। ୨୦୦୪ ସାଧାରଣ ନିର୍ବାଚନରେ ମଧ୍ୟ ବୀରମହାରାଜପୁରରୁ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ବିଜୟୀ ହୋଇଥିଲେ। ମନ୍ତ୍ରୀ ଥିବାବେଳେ ୨୦୧୨ରେ ପ୍ୟାରୀମୋହନ ମହାପାତ୍ରଙ୍କ ମିଡ୍‌ନାଇଟ୍‌ ଅପରେଶନରେ ତାଙ୍କ ନାମ ଚର୍ଚ୍ଚାକୁ ଆସିଥିଲା। ୨୦୧୪ରେ ସେ ଆଠମଲ୍ଲିକରୁ ପୁନଃ ନିର୍ବାଚିତ ହୋଇଥିଲେ ମଧ୍ୟ ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରି ନ ଥିଲେ। ତେବେ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ ଆଠମଲ୍ଲିକରୁ ଟିକେଟ୍‌ ଦେଇ ନ ଥିଲା। ବିଭିନ୍ନ ପଦପଦବୀରେ ଥଇଥାନ ନେଇ ସେ ଆଶାବାଦୀ ଥିଲେ ହେଁ ଦଳ ତାଙ୍କୁ ଅଣଦେଖା କରୁଥିଲା। ଜିଲାରେ ହେଉଥିବା ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ସାମିଲ ପାଇଁ ତାଙ୍କୁ ନିମନ୍ତ୍ରଣ କରାଯାଉ ନ ଥିଲା। ଏପରି କି ଜିଲା କାର୍ଯ୍ୟକାରିଣୀ ବୈଠକକୁ ମଧ୍ୟ ଡକାଯାଉ ନ ଥିଲା। ଏହା ତାଙ୍କ ସ୍ବାଭିମାନରେ ଆଞ୍ଚ ଆଣିଥିଲା। ବିଜେଡିରୁ ଇସ୍ତଫା ଦେଇଥିଲେ ମଧ୍ୟ ସେ ରାଜନୀତିରୁ ଅବସର ନେଇନାହାନ୍ତି। ପୂର୍ବପରି ଲୋକଙ୍କ ସେବା ଜାରି ରଖିବେ ବୋଲି ସଞ୍ଜୀବ କହିଛନ୍ତି। ଆଗାମୀ ଦିନରେ କେଉଁ ଦଳରେ ସାମିଲ ହେବାର ଯୋଜନା ରହିଛି କି ନାହିଁ ତାହା ସେ ସ୍ପଷ୍ଟ କରିନାହାନ୍ତି। ସମୟକୁ ଅପେକ୍ଷା କରିବାକୁ କହିବା ସହ ଯେଉଁ ଦଳରେ ଯୋଗଦେଲେ ମଧ୍ୟ କର୍ମୀଙ୍କ ସହଯୋଗ ରହିବ ଓ ପଞ୍ଚାୟତ ନିର୍ବାଚନରେ ତାଙ୍କ ସମର୍ଥକମାନେ ପ୍ରାର୍ଥୀ ହେବେ ବୋଲି ସଞ୍ଜୀବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?