Posted inଖେଳ

ଶ୍ରେଷ୍ଠ ଖେଳାଳି ପୁରସ୍କାର ଦୌଡ଼ରେ ସଞ୍ଜୁ ସାମସନ

ଦୁବାଇ, ୬ା୩: ଟି୨୦ ବିଶ୍ୱକପ୍‌ ପ୍ଳେୟର ଅଫ୍‌ ଦି ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ୮ ଜଣିଆ ଶର୍ଟଲିଷ୍ଟ ଖେଳାଳି ତାଲିକା ପ୍ରକାଶ କରାଯାଇଛି। ଏଥିରେ ଫର୍ମରେ ଥିବା ଭାରତୀୟ ଓପନର ସଞ୍ଜୁ ସାମସନଙ୍କ ନାମ ସ୍ଥାନ ପାଇଛି।

ଏଥିରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳିମାନେ ହେଲେ ଇଂଲଣ୍ଡ ଅଲରାଉଣ୍ଡର ଓ୍ବିଲ୍‌ ଜ୍ୟାକ୍ସ, ପାକିସ୍ତାନ ଓପନର ସାହିବଜାଦା ଫରହାନ, ଦକ୍ଷିଣ ଆଫ୍ରିକା ପେସ୍‌ ବୋଲର ଲୁଙ୍ଗି ଏନ୍‌ଗିଡ଼ି ଓ ଅଧିନାୟକ ଏଡେନ ମାରକ୍ରାମ, ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ରାଚିନ ରବିନ୍ଦ୍ର ଓ ବ୍ୟାଟର ଟିମ୍‌ ସିଫର୍ଟ ଏବଂ ଆମେରିକୀୟ ବୋଲର ଶେଡ୍‌୍‌ଲି ଭାନ୍‌ ସ୍କାଲ୍‌ଓ୍ବିକ୍‌।

ଟୁର୍ନାମେଣ୍ଟ ପ୍ରାରମ୍ଭରେ ଖେଳି ନ ଥିବା ସଞ୍ଜୁ କ୍ରମାଗତ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କୃତ ହୋଇଛନ୍ତି। ଏହି ଓପନର ବ୍ୟାଟର ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ୪୨ ବଲ୍‌ରେ ୮୯ ରନ କରିଥିଲେ। ଗୁରୁବାର ଖେଳାଯାଇଥିବା ଏହି ମ୍ୟାଚରେ ଭାରତର ୭ଉଇକେଟ ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

ଏହା ପୂର୍ବରୁ ସଞ୍ଜୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ୫୦ ବଲ୍‌ରେ ୯୭ରନର ଏକ ଇନିଂସ ଖେଳି ଭାରତୀୟ ଦଳର ମୂଳଦୁଆ ପକାଇଥିଲେ। ଏଥିରେ ଗତଥରର ଚାମ୍ପିୟନ ଦଳ ୫ଉଇକେଟରେ ବିଜୟ ଲାଭ କରିବା ସହ ସେମିଫାଇନାଲରେ ସ୍ଥାନ ପକ୍କା କରିଥିଲା। ଉଇକେଟକିପର-ବ୍ୟାଟର ସାମସନ ଟୁର୍ନାମେଣ୍ଟରେ ୪ଟି ମ୍ୟାଚ ଖେଳି ୨୦୧.୭୩ ଷ୍ଟ୍ରାଇକ୍‌ରେଟ୍‌ ଓ ୭୭.୩୩ ଆଭରେଜରେ ୨୩୨ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri