Posted inଖେଳ

ଦିନିକିଆ ବିଶ୍ୱକପ: ସଞ୍ଜୁଙ୍କୁ ଟିମ୍‌ ଇଣ୍ଡିଆରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୨୨।୬: ଅନ୍ତର୍ଜାତୀୟ ଦିନିକିଆ (ଓଡିଆଇ) ବିଶ୍ୱକପ ୨୦୨୩ ଭାରତର ଆୟୋଜନରେ ଖେଳାଯିବ। ହେଲେ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀ ଏ ପର୍ଯ୍ୟନ୍ତ ପ୍ରକାଶ କରାଯାଇନାହିଁ, କିନ୍ତୁ ଏହା ଅକ୍ଟୋବରରୁ ନଭେମ୍ବର ମଧ୍ୟରେ ଖେଳାଯିବ ବୋଲି ଅନୁମାନ କରାଯାଉଛି । ବିଶ୍ୱକପକୁ ଧ୍ୟାନରେ ରଖି ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ଭାରତୀୟ ଦଳ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି ଯେଉଁଥିରେ କୁହାଯାଇଛି ଯେ ଉଇକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟୁର୍ନାମେଣ୍ଟରେ ଭାରତୀୟ ଦଳରେ ସ୍ଥାନ ମିଳିପାରେ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସଞ୍ଜୁ ସାମସନ ବିଶ୍ୱକପ ପାଇଁ ୨୦ ଜଣିଆ ଭାରତୀୟ ଦଳର ଏକ ଅଂଶ ହୋଇପାରନ୍ତି, ଅର୍ଥାତ୍‌ ବିଶ୍ୱକପରେ ଟିମ୍‌ ଇଣ୍ଡିଆରେ ତାଙ୍କୁ ସୁଯୋଗ ମିଳିବା ପ୍ରାୟ ନିଶ୍ଚିତ। ସାମସନ ଭାରତ ପାଇଁ ୩ ଜାନୁଆରୀ ୨୦୨୩ରେ ଶ୍ରୀଲଙ୍କା ବିପକ୍ଷରେ ଟି -୨୦ ଇଣ୍ଟରନ୍ୟାଶନାଲ ଭାବରେ ଖେଳିଥିଲେ। ସଞ୍ଜୁ ୨୦୧୫ରେ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ, କିନ୍ତୁ ସେ ଏ ପର୍ଯ୍ୟନ୍ତ କେବଳ ୧୧ଟି ଓଡିଆଇ ଏବଂ ୧୭ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି।

ଯଦି ସଞ୍ଜୁ ସାମସନ ୨୦ ସଦସ୍ୟ ବିଶିଷ୍ଟ ଭାରତୀୟ ଦଳରେ ଅନ୍ତର୍ଭୁକ୍ତ ହୁଅନ୍ତି, ତେବେ ସେ ଏଗାର ଜଣିଆ ଖେଳାଳିଙ୍କ ମଧ୍ୟରେ ମଧ୍ୟ ସୁଯୋଗ ପାଇପାରନ୍ତି। ବର୍ତ୍ତମାନ ଦୁର୍ଘଟଣା ପରେ ଭାରତୀୟ ଦଳର ମୁଖ୍ୟ ଉଇକେଟ କିପର ରିଷଭ ପନ୍ତ ବିଶ୍ରାମ ନେଉଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ବିଶ୍ୱକପରେ ଖେଳିବା ବିଷୟରେ କୌଣସି ସରକାରୀ ସୂଚନା ନାହିଁ। ଏଥି ସହିତ ଆଇପିଏଲ ୨୦୨୩ରେ ଆହତ ହୋଇଥିବା ଉଇକେଟ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ମଧ୍ୟ ସର୍ଜରୀ ପରେ ସୁସ୍ଥ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri