Posted inଖେଳ

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ୱାର୍ମ-ଅପ୍ ମ୍ୟାଚ୍‌ରେ ଓପନିଂ ଯୋଡ଼ି ଏବଂ ୱିକେଟକିପର ଚୟନକୁ ନେଇ ଯେଉଁ ଚିତ୍ର ସାମ୍ନାକୁ ଆସିଛି। ସେଥିରୁ ମନେହେଉଛି ଯେ ସଞ୍ଜୁ ସାମସନଙ୍କୁ ପୁଣିଥରେ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରେ ବେଞ୍ଚରେ ବସିବାକୁ ପଡ଼ିପାରେ।

ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଇଶାନ କିଶନ ଓପନିଂ କରିବାକୁ ଆସି ମାତ୍ର ୨୦ ବଲ୍‌ରେ ୫୩ ରନ୍‌ର ଏକ ଧୂଆଁଧାର ଇନିଂସ ଖେଳିଛନ୍ତି। ଏଥିରେ ସେ ୭ଟି ଛକା ଓ ୨ଟି ଚୌକା ମାରି ନିଜର ଦାବିଦାରୀ ମଜବୁତ କରିଛନ୍ତି।

ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ସମୟରେ ହିଁ ସ୍ପଷ୍ଟ କରିଥିଲେ ଯେ, ଅଭିଷେକ ଶର୍ମାଙ୍କ ସହ ଇଶାନ କିଶନ ଓପନିଂ କରିବେ। ଏହା ସାମସନଙ୍କ ପାଇଁ ଏକ ବଡ଼ ଝଟକା ଭାବେ ଦେଖାଯାଉଛି।

ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍‌ରେ ସଞ୍ଜୁ ସାମସନ ମାତ୍ର ୪୦ ରନ୍ କରିବାରେ ସକ୍ଷମ ହୋଇଥିବାବେଳେ ଇଶାନ କିଶନ ୨୧୫ ରନ୍ ସଂଗ୍ରହ କରି ଶ୍ରେଷ୍ଠ ଫର୍ମରେ ଅଛନ୍ତି।

ୱାର୍ମ-ଅପ୍ ମ୍ୟାଚ୍‌ରେ ସଞ୍ଜୁଙ୍କୁ ବ୍ୟାଟିଂ ସୁଯୋଗ ନ ମିଳିବା ଏବଂ ଇଶାନଙ୍କୁ ପ୍ରାଧାନ୍ୟ ଦିଆଯିବା ପରେ, ସୂର୍ଯ୍ୟକୁମାର ଆଗାମୀ ବିଶ୍ୱକପ୍‌ ପାଇଁ ନିଜର ପ୍ଲାନିଂ ପ୍ରାୟତଃ ସ୍ପଷ୍ଟ କରିଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୨୪ ଟି-୨୦ ବିଶ୍ୱକପ୍‌ରେ ମଧ୍ୟ ସଞ୍ଜୁ ସାମସନଙ୍କୁ କୌଣସି ମ୍ୟାଚ୍ ଖେଳିବାକୁ ସୁଯୋଗ ମିଳିନଥିଲା। ବର୍ତ୍ତମାନର ସ୍ଥିତି ଦେଖିଲେ ଲାଗୁଛି ଯେ ୨୦୨୬ରେ ମଧ୍ୟ ତାଙ୍କ ଭାଗ୍ୟରେ ସମାନ ପରିସ୍ଥିତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri