Posted inଖେଳ

୫ ବଡ଼ ରେକର୍ଡ କଲେ ସଞ୍ଜୁ ସାମସନ୍‌: ପ୍ରଥମ ଭାରତୀୟ ଭାବେ…

ଡର୍ବାନ୍‌,୯।୧୧: ଭାରତୀୟ ଉଇକେଟ୍‌ କିପର- ବ୍ୟାଟ୍ସମ୍ୟାନ୍‌ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଯୋଗୁ ଟିମ ଇଣ୍ଡିଆ ପ୍ରଥମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୬୧ ରନ୍‌ରେ ପରାସ୍ତ କରିଛି। ଚାରି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମେ ଖେଳି ୮ ଉଇକେଟ ହରାଇ ୨୦୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଆୟୋଜକ ଦକ୍ଷିଣ ଆଫ୍ରିକା ୧୪୧ ରନରେ ଅଲଆଉଟ୍‌ ହୋଇଯାଇଥିଲା ସଞ୍ଜୁ ସାମସନ ଭାରତର ବିଜୟର ହିରୋ ଥିଲେ। ସାମସନ ମାତ୍ର ୫୦ ବଲରେ ୧୦୭ ରନର ଏକ ଇନିଂସ ଖେଳି ୫ଟି ବଡ ରେକର୍ଡ ସୃଷ୍ଟି କରିଥିଲେ।

– ଦକ୍ଷିଣ ଆଫ୍ରିକା ବିପକ୍ଷରେ ଶତକ ହାସଲ କରିଥିବା ପ୍ରଥମ ଭାରତୀୟ ଉଇକେଟ କିପର

ସଞ୍ଜୁ ସାମସନ ମାତ୍ର ୫୦ ବଲରେ ୧୦୭ ରନର ଇନିଂସ ଖେଳିଥିଲେ। ତାଙ୍କ ବ୍ୟାଟରୁ ୭ ଚୌକା ଓ ୧୦ ଛକା ଆସିଥିଲା। ଏହା ସହ ସାମସନ ପ୍ରଥମ ଭାରତୀୟ ଉଇକେଟ କିପର ହୋଇପାରିଛନ୍ତି, ଯିଏ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି -୨୦ରେ ଶତକ ହାସଲ କରିଛି।

-ଅନ୍ତର୍ଜାତୀୟ ଟି-୨୦ରେ ଦ୍ରୁତତମ ଶତକ

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ରେ ସଞ୍ଜୁ ସାମସନ ମାତ୍ର ୪୭ ବଲରେ ଶତକ ହାସଲ କରିଥିଲେ। ଏହା ସହ ସେ ଅନ୍ତର୍ଜାତୀୟ ଟି-୨୦ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ରୁତତମ ଶତକ ହାସଲ କରିବାକୁ ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସାମସନ ସୂର୍ଯ୍ୟକୁମାର ଯାଦବଙ୍କ ରେକର୍ଡ ଭାଙ୍ଗିଛନ୍ତି।

– ଟି-୨୦ର ଗୋଟିଏ ଇନିଂସରେ ସର୍ବାଧିକ ଛକା

ସଞ୍ଜୁ ସାମସନ ତାଙ୍କ ଶକ୍ତିଶାଳୀ ଇନିଂସ ସମୟରେ ମୋଟ ୧୦ ଛକା ମାରିଥିଲେ। ଏହା ସହ ସେ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ମିଳିତ ସର୍ବାଧିକ ଛକା ମାରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହାପୂର୍ବରୁ କେବଳ ରୋହିତ ଶର୍ମା ଟି-୨୦ ମ୍ୟାଚରେ ଭାରତ ପାଇଁ ୧୦ ଛକା ମାରିଥିଲେ।

-ଗୋଟିଏ ଅନ୍ତର୍ଜାତୀୟ ଟି-୨୦ରେ ସର୍ବାଧିକ ରନ୍‌

ସାମସନଙ୍କ ନାମରେ ଆଉ ଏକ ଅନନ୍ୟ ରେକର୍ଡ କରାଯାଇଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଟି-୨୦ ମ୍ୟାଚରେ ସାମସନ ବର୍ତ୍ତମାନ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ସେ ଡେଭିଡ ମିଲରଙ୍କ ରେକର୍ଡ ଭାଙ୍ଗିଛନ୍ତି।

– କ୍ରମାଗତ ଦୁଇ ଶତକ ସ୍କୋର କରିବାରେ ପ୍ରଥମ ଭାରତୀୟ

ସଞ୍ଜୁ ସାମସନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବ୍ୟାଟିଂ କରି ତାଙ୍କ ନାମରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଭଳି ଖେଳାଳି ମଧ୍ୟ ଏହା କରିପାରି ନ ଥିଲେ। ସାମସନ ପ୍ରଥମ ଭାରତୀୟ ଭାବେ କ୍ରମାଗତ ଦୁଇଟି ଅନ୍ତର୍ଜାତୀୟ ଟି-୨୦ରେ ଶତକ ହାସଲ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?