Posted inଖେଳ

ଜାଡେଜାଙ୍କ ହେଲ୍‌ମେଟ୍‌ରେ ବାଜିଥିଲା ବାଉନ୍‌ସର, ଡ୍ରେସିଂ ରୁମ୍‌ ଆସିବା ପରେ ମୁଣ୍ଡ ବୁଲାଉଥିଲା: ସାମ୍‌ସନ

ନୂଆଦିଲ୍ଲୀ,୫।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ କନ୍‌କସନ ସବ୍‌ଷ୍ଟିଚ୍ୟୁଟ୍‌ ହିସାବରେ ରବିନ୍ଦ୍ର ଜାଡେଜାଙ୍କ ସ୍ଥାନରେ ସାମିଲ ହୋଇଥିଲେ ରିଷ୍ଟ ସ୍ପିନର ୟୁଜବେନ୍ଦ୍ର ଚହଲ। ମିଳିଥିବା ସୁଯୋଗର ଲାଭ ଉଠାଇ ଚହଲ ଦମ୍‌ଦାର ବୋଲିଂ କରି ଭାରତ ଜିତିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏପରିକି ତାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚନା କରାଯାଇଥିଲା। ମ୍ୟାଚ୍‌ ପରେ ଭାରତୀୟ ଖେଳାଳି ସଞ୍ଜୁ ସାମସନ୍‌ ଭର୍ଚୁଆଲ ମିଡିଆ କନ୍‌ଫରେନ୍ସରେ ଯୋଗଦେଇ ଖବରଦାତାଙ୍କୁ ଜାଡେଜାଙ୍କ ବିଷୟରେ କହିଛନ୍ତି, ଅନ୍ତିମ ଓଭରର ଦ୍ୱିତୀୟ ବଲ୍‌ରେ ଅଷ୍ଟ୍ରେଲିଆ ଯୁବ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଏକ ବାଉନ୍‌ସର ଜାଡେଜାଙ୍କ ହେଲମେଟ୍‌ରେ ବାଜିଥିଲେ। ଏହା ପରେ ସେ ବ୍ୟାଟିଂ ଜାରି ରଖିଥିଲେ ହେଁ ରନ୍‌ ନେବା ବେଳେ ସଂଘର୍ଷ କରୁଥିବାର ଦେଖାଯାଇଥିଲା। ଡ୍ରେସିଂ ରୁମ୍‌କୁ ଆସିବା ସମୟରେ ତାଙ୍କ ମୁଣ୍ଡ ବୁଲାଉଥିଲା। ଏଣୁ ଦଳର ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କ ଉପରେ ନଜର ରଖାଯାଇଛି ବୋଲି ସେ କହିଛନ୍ତି। ଏବେ କନ୍‌କସନ୍‌ ପ୍ରୋଟୋକଲ ଅନୁଯାୟୀ ଖେଳାଳି ଏକ ସପ୍ତାହ ପାଇଁ ଆରାମ କରିପାରିବେ। ଏଣୁ ସେ ଆଗାମୀ ଦୁଇ ମ୍ୟାଚ୍‌ରେ ଖେଳିପାରିବେ ନାହିଁ ବୋଲି ସାମସନ କହିଛନ୍ତି। ଏହାଛଡ଼ା ସାମସନ ଚହଲଙ୍କ ପ୍ରଶଂସା କରି କହିଛନ୍ତି, ସେ ଭାରତ ଜିତିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଖେଳାଳିମାନଙ୍କ ଜୋସ୍‌ ବହୁତ ଭଲ ଅଛି। ଏଣୁ ତାଙ୍କୁ ଯେତେବେଳେ ବି ଖେଳିବାକୁ କହିଲେ ସେ ପ୍ରସ୍ତୁତ ରହୁଛନ୍ତି। ଚହଲ ମିଳିଥିବା ସୁଯୋଗର ଲାଭ ଉଠାଇଲେ ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?