Posted inଖେଳ

ଚମକିବ ସଞ୍ଜୁ ସାମସନଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୮।୧୨: ଆସନ୍ତା ବର୍ଷ ୨୦୨୪ରେ ଟି-୨୦ ବିଶ୍ୱକପ ଖେଳାଯିବ। ଏହା ପୂର୍ବରୁ ଟିମ ଇଣ୍ଡିଆ ଜାନୁଆରୀରେ ଆଫଗାନିସ୍ତାନ ବିପକ୍ଷରେ ଶେଷ ଟି-୨୦ ସିରିଜ ଖେଳିବ। ଟିମ ଇଣ୍ଡିଆର ଦଳ ଆଫଗାନିସ୍ତାନ ବିପକ୍ଷରେ କିପରି ହେବ ତାହା ଦେଖିବାକୁ ବାକି ରହିଛି। କାରଣ ଭାରତ ପାଇଁ ଟି-୨୦ କ୍ରିକେଟ ଖେଳୁଥିବା ସୂର୍ଯ୍ୟକୁମାର ଯାଦବ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭଳି ଖେଳାଳି ଆହତ ହୋଇଛନ୍ତି। ଏହା ବ୍ୟତୀତ ଋତୁରାଜ ଗାଇକ୍ୱାଡ ମଧ୍ୟ ଆହତ ହେଉଛନ୍ତି। ଏଭଳି ପରିସ୍ଥିତିରେ ସଞ୍ଜୁ ସାମସନ ଆଫଗାନିସ୍ତାନ ବିପକ୍ଷରେ ସୁଯୋଗ ପାଇପାରନ୍ତି।
ଦକ୍ଷିଣ ଆଫ୍ରିକା ଗସ୍ତରେ ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଶେଷ ମ୍ୟାଚରେ ସଞ୍ଜୁ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହି କାରଣରୁ ତାଙ୍କୁ ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ତାଙ୍କୁ ସୁଯୋଗ ଦିଆଯାଇପାରେ। ଏହି ସିରିଜ୍‌ରେ ଭଲ ପ୍ରଦର୍ଶନ କଲେ ତାଙ୍କ ଟି-୨୦ ବିଶ୍ୱକପ୍‌ ପାଇଁ ସୁଯୋଗ ଦିଆଯିବ। ତେଣୁ ସଞ୍ଜୁଙ୍କ ଭାଗ୍ୟ ୨୦୨୪ରେ ଚମକିବ।
ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୧୧ରୁ ଖେଳାଯିବ। ଏହା ପରେ ଟିମ ଇଣ୍ଡିଆ ୨୫ ଜାନୁୟାରୀରୁ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ସିରିଜ ଆରମ୍ଭ କରିବ। ଏଥିପାଇଁ ବିରାଟ କୋହଲିଙ୍କ ସମେତ ଅନେକ ବରିଷ୍ଠ ଖେଳାଳି ଆଫଗାନିସ୍ତାନ ସିରିଜର ଅଂଶ ହୋଇ ନ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?