ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ପ୍ରକାଶିତ ହେବାପରେ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି ସଂଯୁକ୍ତା ବେହେରା । ସେ ଏନେଇ କହିଛନ୍ତି ଯେ, “ମୋତେ ବିଜୁ ମହିଳା ଜନତା ଦଳର ଜିଲା ସଭାପତି ଭାବରେ ନିଯୁକ୍ତି ଦେବା ପାଇଁ ଚୟନ କରାଯାଇଥିବାରୁ ଦଳୀୟ ସୁପ୍ରିମୋଙ୍କ ଠାରେ କୃତଜ୍ଞତା ଜଣାଉଛି । ଯେଉଁ ବିଶ୍ବାସ ଓ ଭରସାରେ ଏଭଳି ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି ତାକୁ ସୁଚାରୁ ରୂପେ ତୁଲାଇବି ଏବଂ ଆଗାମୀ ଦିନରେ ଜିଲାରେ ବିଜେଡି ଦଳକୁ ଆହୁରି ମଜବୁତ କରିବାପାଇଁ ତୃଣ ମୂଳସ୍ତରେ କାର୍ଯ୍ୟ କରିବି ।”

ଏନେଇ ଜିଲା ବିଜେଡି ସଭାପତି ପ୍ରଦୀପ କୁମାର ନାୟକ, ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତିରାଓ, ହାଇଟେକ ଅଧ୍ୟକ୍ଷ ଡ.ତିରୁପତି ପାଣିଗ୍ରାହୀ, ବରିଷ୍ଠ ବିଜେଡି ନେତା ଓ କର୍ମୀମାନେ ସଂଯୁକ୍ତା ବେହେରାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ନେତୃତ୍ବରେ ଜିଲାରେ ମହିଳାମାନଙ୍କ ବିକାଶ ଘଟିବ ବୋଲି ଆଶା ପ୍ରକଟ କରିଛନ୍ତି । ସୂଚନା ଯୋଗ୍ୟ ଯେ ସଂଯୁକ୍ତା ବେହେରା ଦୀର୍ଘ ବର୍ଷ ହେଲା ବିଜେଡିର ଜଣେ ସକ୍ରିୟ ମହିଳା କର୍ମୀ ଭାବେ ରହିଆସିଛନ୍ତି ଏବଂ ବିଭିନ୍ନ ସମୟରେ ବିଭିନ୍ନ ପଦପଦବୀରେ ରହି ଦଳରେ ସୁପରିଚାଳନା କରିଆସିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri