ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ପଦୋନ୍ନତି ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସ୍ବତନ୍ତ୍ର ଶାସନ ସଚିବଙ୍କ ଦସ୍ତଖତ ଅନୁଯାୟୀ ଚିଠି ନଂ. ୩୧୮୩୪/୨୬ ପ୍ରକାରେ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୧୬ ବ୍ୟାଚ୍‌ର ଓଏଏସ୍‌ ଅଫିସର ଜିତେନ୍ଦ୍ର ପୂର୍ବରୁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ବିଡିଓ ଭାବେ ଦାୟିତ୍ୱ ତୁଲାଇଥିଲେ। ଗତ ୨୦୨୩ ଅକ୍ଟୋବରରୁ ସେ ପ୍ରାୟ ୩ ବର୍ଷ ହେଲା ସାନଖେମୁଣ୍ଡି ବ୍ଲକର ବିଡ଼ିଓ ଭାବେ ଦାୟିତ୍ୱ ଭାର ଗ୍ରହଣ କରିବା ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସଫଳ ରୂପାୟନ ପାଇଁ ତାଙ୍କ ଉଦ୍ୟମରେ ବହୁ ସଂଖ୍ୟକ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ ସମସ୍ତ ଯୋଜନାରେ ସରକାରୀ ସହାୟତା ପ୍ରଦାନ ସହ ସମସ୍ତ ପଞ୍ଚାୟତରେ ରହିଥିବା ମୌଳିକ ସମସ୍ୟାର ତ୍ୱରିତ ସମାଧାନ କରାଯାଇ ଗ୍ରାମାଞ୍ଚଳ ଜନସାଧାରଣ ଓ ନିର୍ବାଚିତ ପ୍ରତିନିଧିଙ୍କ ସହଯୋଗରେ ପ୍ରଶାସନିକ ନୀତି ନିୟମ ଅନୁଯାୟୀ ସେ କାର୍ଯ୍ୟ କରିଥିବା ତାଙ୍କ ପ୍ରତିକ୍ରିୟାରେ ଉଲ୍ଲେଖ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Read more

ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି ସରଗରମ…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?