ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର ସ୍ଥିତ ଜିଲାପରିଷଦ କାର୍ଯ୍ୟାଳୟକୁ ବଦଳି କରିଛନ୍ତି। ଏପିଓ  ଦୀର୍ଘଦିନ ହେଲା ସରକାରୀ କାର୍ଯ୍ୟରେ ଅବହେଳା କରୁଥିବାରୁ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର ଗତ ୧୨ ତାରିଖରେ ତାଙ୍କୁ ପ୍ରକୋଷ୍ଠକୁ ଡାକି ତାଗିଦ୍ କରିବା ପରେ ବିଡ଼ିଓଙ୍କ ନାଁ ରେ ବିଭିନ୍ନ ଅଭିଯୋଗ ଆଣି ସେ ପାଟପୁର ଥାନାରେ ଏତଲା ଦେଇଥିଲେ। ଘଟଣାକୁ ନେଇ ଏପିଓ ବିବାଦୀୟ ହୋଇପଡିଥିଲେ।

ଏପିଓ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ବିଡ଼ିଓ  ଜିଲାପାଳ ଙ୍କୁ ଲିଖିତ ଭାବେ ଜଣାଇଥିଲେ।   ଜିଲାପାଳ ନିର୍ଦ୍ଦେଶକ୍ରମେ ପ୍ରଶାସନିକ ଉଚ୍ଚ ପଦାଧିକାରୀ ବୃନ୍ଦ ବ୍ଲକ କାର୍ଯ୍ୟଳୟରେ ପହଞ୍ଚି ସମୁଦାୟ ଘଟଣାର ତଦନ୍ତ କରି ରିପୋର୍ଟ ଦେଇଥିଲେ।ତଦନ୍ତ ଅଧିକାରୀଙ୍କ ରିପୋର୍ଟକୁ ଭିତ୍ତିକରି ଜିଲାପାଳ ତାଙ୍କ କାର୍ଯ୍ୟାଳୟ ଚିଠି ନଂ.୫୯୭ ଅନୁଯାୟୀ ଏପିଓଙ୍କୁ ବଦଳି କରି ତୁରନ୍ତ ନୂତନ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପିଓଙ୍କୁ ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟରୁ ତୁରନ୍ତ ରିଲିଭ୍ କରାଯିବାକୁ ଚିଠିରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri