କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ

ବ୍ରହ୍ମପୁର ଅଫିସ,୨ା୧୨: ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଶୁକ୍ରବାର ଏଡିଜେ-୩ ଡା.ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବିଧାୟକଙ୍କ ନାମରେ ରୁଜୁ ହୋଇଥିବା ୪ଟି ମାମଲାରେ ତାଙ୍କର ବୟାନ୍‌ ରେକର୍ଡ଼ କରାଯାଇଥିଲା। ଦୁଇଟି ମାମଲାରେ ଶନିବାର ଜବାବସୁଆଲ ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିବା ବେଳେ ଅନ୍ୟ ଦୁଇଟି ମାମଲାରେ ଆସନ୍ତା ୧୨ ତାରିଖରେ ଜବାବସୁଆଲ ହେବ। ସୂଚନାଯୋଗ୍ୟ, ବିଧାୟକ ଜେନାଙ୍କ ନାମରେ ୨୦୧୭ରେ ଟାଉନ୍‌ ଥାନାରେ ଏକ ବଳାତ୍କାର ମାମଲା(ଏସଟି-୧୧୭/୧୭) ରୁଜୁ ହୋଇଥିଲା। ଏଥିସହିତ ସଦର ଥାନା ଅନ୍ତର୍ଗତ ରେଗିଡ଼ି ଛକରେ ହୋଇଥିବା ଏକ ହତ୍ୟା ମାମଲା(ଏସଟି-୧୩୦/୧୭), ପୂର୍ବତନ କର୍ପୋରେଟର୍‌ ରଞ୍ଜିତ ନାୟକଙ୍କ ଘରକୁ ବୋମାମାଡ଼ ମାମଲା(ଏସଟି-୧୮୦/୧୮) ଓ ପାଟପୁର ଥାନା କଙ୍କୋରଡ଼ାରେ ବ୍ୟବସାୟୀଙ୍କ ଉପରେ ବୋମାମାଡ଼ ମାମଲା(ଏସଟି-୧୯୮/୧୮)ରେ ପୋଲିସ ବିଧାୟକ ରମେଶଙ୍କ ନାମ ଯୋଡ଼ିଥିଲା। ଏଡିଜେ-୩ କୋର୍ଟରେ ଏହି ମାମଲା ବିଚାରାଧୀନ ରହିଛି। ବିଧାୟକ ଜେନାଙ୍କ ତରଫରୁ ବରିଷ୍ଠ ଆଇନଜୀବୀ କିଶୋର ବିଷୋୟୀ, ନିର୍ମଳ ସାହୁ ଓ ସରୋଜ ଗୌଡ଼ ମକଦ୍ଦମା ପରିଚାଳନା କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri